ହୀରାକୁଦ ଡ୍ୟାମ୍ର ଆଉ ୪ଟି ଗେଟ୍ ଖୋଲିଲା
ହୀରାକୁଦ : ହୀରାକୁଦ ଡ୍ୟାମ୍ର ଆଉ ୪ଟି ଗେଟ୍ ଶୁକ୍ରବାର ସକାଳେ ଖୋଲାଯାଇଛି । ବର୍ତ୍ତମାନ ମୋଟ ୧୨ଟି ସ୍ଲୁଇସ୍ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରି ରଖିଛି । ବାମପଟରେ ୮ଟି ଓ ଡାହାଣ ପଟରେ ୪ଟି ସ୍ଲୁଇସ୍ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରି ରଖିଛି ।
ସୂଚନାନୁଯାୟୀ, ଗତକାଲି ଅର୍ଥାତ୍ ଗୁରୁବାର ସୁଦ୍ଧା ମୋଟ୍ ୮ଟି ଗେଟ୍ ନେଇ ବନ୍ୟା ଜଳ ନିଷ୍କାସନ ହେଉଥିଲା। ବାମ ପାର୍ଶ୍ବର ୫ଟି ଓ ଡାହାଣ ପାର୍ଶ୍ବର ୩ଟି ସ୍ଲୁଇସ୍ ଗେଟ୍ ଖୋଲାଥିଲା। ଗତ କିଛି ଦିନ ହେବ ରାଜ୍ୟର ବିଭିନ୍ନ ସ୍ଥାନରେ ଲଘୁଚାପଜନିତ ବର୍ଷା ଲାଗି ରହିଛି। ଫଳରେ ବିଭିନ୍ନ ସ୍ଥାନରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି।
Powered by Froala Editor