ପ୍ରବଳ ବର୍ଷା: ଖୋଲା ରହିବ ସମସ୍ତ ସରକାରୀ କାର୍ଯ୍ୟାଳୟ
କଟକ: ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଏବଂ ଜଳବନ୍ଦୀ ପରିସ୍ଥିତି ହେତୁ ଜରୁରୀକାଳୀନ ପରିସ୍ଥିତିକୁ ଦୃଷ୍ଟିରେ ରଖି ଆଜି କଟକ ଜିଲ୍ଲାର ସମସ୍ତ ସରକାରୀ କାର୍ଯ୍ୟାଳୟ ଖୋଲା ରହିବ। ଜିଲ୍ଲାର ସମସ୍ତ ଅଧିକାରୀ ଓ କର୍ମଚାରୀ ମୁଖ୍ୟାଳୟରେ ଉପସ୍ଥିତ ରହିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଏହାର ଖିଲାପ କଲେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କୁହାଯାଇଛି। କଟକ ଜିଲ୍ଲା ସୂଚନା ଓ ଲୋକସଂପର୍କ କାର୍ଯ୍ୟାଳୟ ପକ୍ଷରୁ ଏ ନେଇ ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ଉତ୍ତର ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି। ଲଘୁଚାପଟି ଘନୀଭୂତ ହେବା ସହ ସ୍ପଷ୍ଟ ଚିହ୍ନିତ ଲଘୁଚାପର ରୂପ ନେବାର ଆଶଙ୍କା କରାଯାଉଛି। ଏହା ପଶ୍ଚିମ ଉତ୍ତରପଶ୍ଚିମ ଦିଗକୁ ଗତି କରିପାରେ। ଉତ୍ତର ଓଡିଶା ଓ ଏହାର ପାଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳ ମୁହାଁ ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ତିନିଦିନ ଧରି ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
Powered by Froala Editor