ବିପଦ ସଙ୍କେତ ଉପରେ ଜଳକା ଓ ବୈତରଣୀ ନଦୀର ଜଳସ୍ତର
ଭୁବନେଶ୍ୱର : ରାଜ୍ୟରେ ତୁହାକୁ ତୁହା ବର୍ଷା । ବଢି ଚାଲିଛି ବିଭିନ୍ନ ନଦୀର ଜଳସ୍ତର । ବିପଦ ସଙ୍କେତ ଉପରେ ଜଳକା ଓ ବୈତରଣୀ ନଦୀର ଜଳସ୍ତର ପ୍ରବାହିତ ହେଉଛି । ନଦୀରେ ଜଳସ୍ତର ବୃଦ୍ଧି ପାଉଥିବାରୁ ସରକାରଙ୍କ ସମ୍ଭାବ୍ୟ ବନ୍ୟା ମୁକାବିଲା ପ୍ରସ୍ତୁତି କରାଯାଇଛି । ଏନେଇ ଶନିବାର ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଚନ୍ଦ୍ରଶେଖର ପାଢୀ ସାମ୍ବାଦିକ ସମ୍ମିଳନୀ ଜରିଆରେ ସୂଚନା ଦେଇଛନ୍ତି ।
ଜଳକା ନଦୀରେ ଜଳସ୍ତର ବୃଦ୍ଧି ପାଉଥିବାରୁ ପ୍ରଶାସନ ସହ ଯୋଗାଯୋଗରେ ରହିଥିବା ବେଳେ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରାଯିବ ବୋଲି ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ କହିଛନ୍ତି । ଆବଶ୍ୟକ ପଡିଲେ ଲୋକଙ୍କୁ ସ୍ଥାନାନ୍ତର କରାଯିବ। ବୈତରଣୀର ଆଖୁଆପଦାରେ ବର୍ତ୍ତମାନ ଜଳସ୍ତର ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି । ଯାଜପୁର ଓ ଭଦ୍ରକର ଜିଲ୍ଲାପାଳଙ୍କୁ ସୂଚନା ଦିଆଯିବା ସହ ସ୍ଥିତି ଉପରେ ନଜର ରଖି ପଦକ୍ଷେପ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଅଧିକାରୀଙ୍କୁ ସଜାଗ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଆବଶ୍ୟକୀୟ ଜିନିଷ ସହ ଉପସ୍ଥିତ ରହିବାକୁ କୁହାଯାଇଛି ।
Powered by Froala Editor