ପ୍ରବଳ ବର୍ଷା: ଜିଲାପାଳଙ୍କୁ ସତର୍କ ରହିବାକୁ ପରାମର୍ଶ
ଭୁବନେଶ୍ବର:ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ଲଘୁଚାପ ପ୍ରଭାବରେ ରାଜ୍ୟରେ ଦୁଇ ଦିନ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲାରେ ବର୍ଷା ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଆଜି ପାଇଁ ସୁନ୍ଦରଗଡ, ଝାରସୁଗୁଡା ଏବଂ ସମ୍ବଲପୁରରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାକୁ ଥିବାରୁ ଜିଲାପାଳମାନଙ୍କୁ ସତର୍କ କରାଯାଇଛି । ନଦୀ ଜଳସ୍ତର ବଢୁଥିବାରୁ ସତର୍କ କରିଛି ଜଳସମ୍ପଦ ବିଭାଗ । ଅବପାତ ବର୍ଷାକୁ ନେଇ ଜିଲାପାଳମାନେ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି ଏସଆରସି । ଏହାସହିତ ୨୮ ତାରିଖ ଯାଏଁ ସମୁଦ୍ରକୂ ନଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି ।
Powered by Froala Editor