ସ୍ଵାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ ମୃତ
ବାସୁଦେବପୁର: ସ୍ଵାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ ମୃତ। ଭଦ୍ରକ ବାସୁଦେବପୁର କଷିଆ ସାମୁଦ୍ରିକ ଥାନା ପରପୋଖରୀ ଗାଁରେ ଏଭଳି ଅଭାବନୀୟ ଘଟଣା ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୋପୀନାଥ ନାଥ ଏବଂ ତାଙ୍କ ସ୍ତ୍ରୀଙ୍କ ମଧ୍ୟରେ କୌଣସି କଥାକୁ ନେଇ ଝଗଡା ହୋଇଥିଲା। ଏଥିରେ ଉତ୍ତ୍ୟକ୍ତ ହୋଇ ସ୍ଵାମୀ ନିଜ ସ୍ତ୍ରୀକୁ ଏକ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିଥିଲା। ଫଳରେ ଘଟଣାସ୍ଥଳରେ ହିଁ ସ୍ତ୍ରୀ ଗୁରୁବାରି ଜେନାଙ୍କର ମୃତ୍ୟୁ ଘଟିଥିଲା। ଅଭିଯୁକ୍ତ ସ୍ବାମୀ ଗୋପୀନାଥ ଜେନା ଫେରାର ହୋଇଯାଇଛି। ଜମି ବିକା ଟଙ୍କାକୁ ନେଇ ଏହି ହତ୍ୟାକାଣ୍ଡ ହୋଇଥିବା ତଦନ୍ତରୁ ଜଣାପଡ଼ିଛି।
Powered by Froala Editor