ହ୍ୟାକ୍ ହେଲା ଉଚ୍ଚଶିକ୍ଷା ବିଭାଗର ଇନଷ୍ଟାଗ୍ରାମ ଆକାଉଣ୍ଟ
ଭୁବନେଶ୍ୱର : ଉଚ୍ଚଶିକ୍ଷା ବିଭାଗର ଇନଷ୍ଟାଗ୍ରାମ ଆକାଉଣ୍ଟ ହ୍ୟାକ୍ ହୋଇଛି। ଉଚ୍ଚଶିକ୍ଷା ବିଭାଗର ଇନ୍ଷ୍ଟାଗ୍ରାମ୍ ଆକାଉଣ୍ଟ ଆଜି ସକାଳେ କିଛି ସମୟ ପାଇଁ ହ୍ୟାକ୍ ହୋଇଥିବାର ଜଣାପଡିଛି। ବିଭାଗର କାର୍ଯ୍ୟକଳାପ ସହ ସମ୍ପୃକ୍ତ ନଥିବା କିଛି ପୋଷ୍ଟ ଇନ୍ଷ୍ଟାଗ୍ରାମ୍ ଆକାଉଣ୍ଟରେ ଅପଲୋଡ୍ ହୋଇଥିବା ଦେଖିବାକୁ ମିଳିଥିଲା। ଉଚ୍ଚଶିକ୍ଷା ବିଭାଗ ତରଫରୁ ଇନ୍ଷ୍ଟାଗ୍ରାମ୍ ଆକାଉଣ୍ଟକୁ ରିଟ୍ରାଇଭ୍ କରାଯିବା ସହିତ ବିଭାଗ ସହ ସମ୍ପୃକ୍ତ ନ ଥିବା ପୋଷ୍ଟ ଗୁଡ଼ିକୁ ହଟାଇ ଦିଆଯାଇଛି। ଉଚ୍ଚଶିକ୍ଷା ବିଭାଗ ଏହି ଘଟଣାକୁ ଗୁରୁତ୍ବର ଭାବେ ଗ୍ରହଣ କରିବା ସହ ଏହି ସମ୍ବନ୍ଧୀୟ ଏକ ଏଫ୍ଆଇଆର୍ ଦାଖଲ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି।
Powered by Froala Editor