ମହାପ୍ରଭୁଙ୍କ ଖସାପଡ଼ା ନୀତି: ସନ୍ଧ୍ୟା ୬ ରୁ ରାତିି ୧୦ ପର୍ଯ୍ୟନ୍ତ ଜଗା ଦର୍ଶନ ବନ୍ଦ
ପୁରୀ : ଶ୍ରାବଣ ଶୁକ୍ଳପକ୍ଷ ଚତୁର୍ଥୀ ସୋମବାର ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଶ୍ରୀଅଙ୍ଗଲାଗି ସେବକ ଦଇତାପତିମାନେ ଏହି ନୀତି ସମ୍ପନ୍ନ କରିବେ। ମହାପ୍ରଭୁଙ୍କ ବିଭିନ୍ନ ଗୁପ୍ତନୀତି ମଧ୍ୟରେ ଏହି ନୀତି ଅନ୍ୟତମ। ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ହୋଇ ଦ୍ୱିତୀୟ ଭୋଗମଣ୍ଡପ ଶେଷହେବା ପରେ ମଇଲମ ନୀତି ଅନୁଷ୍ଠିତ ହେବ। ପରେ ଜୟବିଜୟ ଦ୍ୱାର ବନ୍ଦ କରାଯିବ। ଏହାପରେ ଶ୍ରୀଦେବୀ, ଭୂଦେବୀ ଖଟଶେଯ ଘରେ ବିଜେ କରିବେ। ମହାପ୍ରଭୁଙ୍କ ଖସାପଡ଼ା ନୀତି ପାଇଁ ଦଇତାପତିମାନେ ଗର୍ଭଗୃହକୁ ପ୍ରବେଶ କରିବେ। ଏହା ଗୁପ୍ତନୀତି ହୋଇଥିବାରୁ ଏହି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ସନ୍ଧ୍ୟା ୬ଟାରୁ ରାତିି ୧୦ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି।
Powered by Froala Editor