ସମ୍ପନ୍ନ ହେଲା ମହାପ୍ରଭୁଙ୍କ ଖସାପଡ଼ା ନୀତି
ପୁରୀ : ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ନୀତି ଅନୁଷ୍ଠିତ ହୋଇଯାଇଛି। ମହାପ୍ରଭୁଙ୍କ ଶ୍ରୀଅଙ୍ଗଲାଗି ସେବକ ଦଇତାପତି ଏହି ନୀତି ସମ୍ପନ୍ନ କରିଛନ୍ତି। ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସମ୍ପନ୍ନ ହୋଇ ଦ୍ୱିତୀୟ ଭୋଗ ମଣ୍ଡପ ସମ୍ପନ୍ନ ହେବା ପରେ ମଇଲମ ନୀତି ଅନୁଷ୍ଠିତ ହୋଇଥିଲା। ପରେ ଜୟ ବିଜୟ ଦ୍ୱାର ବନ୍ଦ କରାଯାଇଥିଲା। ଏହା ପରେ ଶ୍ରୀଦେବୀ, ଭୂଦେବୀ ଖଟଶେଜ ବିଜେ କରିଥିଲେ। ମହାପ୍ରଭୁଙ୍କ ଖସାପଡ଼ା ନୀତି ପାଇଁ ୬ଟା ୫ରେ ଦଇତାପତିମାନେ ଗର୍ଭଗୃହକୁ ପ୍ରବେଶ କରିଥିଲେ। ମହାପ୍ରଭୁଙ୍କ ଏହା ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିଥିଲା। ପ୍ରାୟ ୪ଘଣ୍ଟା ପରେ ମହାପ୍ରଭୁଙ୍କ ଖସାପଡ଼ା ନୀତି ସମ୍ପନ୍ନ େହବା ପରେ ମହାସ୍ନାନ ନୀତି ବଢ଼ିଥିଲା। ମହାପ୍ରଭୁଙ୍କ ମଇଲମ ବେଶ ସନ୍ଧ୍ୟା ଆଳତି ବଢ଼ି ଅନ୍ୟାନ୍ୟ ନୀତି ସମ୍ପନ୍ନ ହୋଇଥିଲା।
Powered by Froala Editor