ଅତି ପ୍ରବଳ ବର୍ଷା: ଏହି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି

ଭୁବନେଶ୍ୱର: ରାଜ୍ୟରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ଯାଏ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିପାଇଁ ଅନେକ ଜିଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।ଆଜି ମୟୂରଭଞ୍ଜ, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, ଯାଜପୁର, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, କଟକ , କେଉଁଝର ଆଦି ଜିଲାରେ ବଜ୍ରପାତ ସହ ପ୍ରବଳ ବର୍ଷା ହେବାରସମ୍ଭାବନା ରହିଛି।
ସେହିପରି ବାଲେଶ୍ୱର, ଭଦ୍ରକ, ଜଗସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ସୁବର୍ଣ୍ଣପୁର, ବୌଦ୍ଧ, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଆଦି ଜିଲାକୁ ବଜ୍ରପାତ ଭୟ ରହିଛି। ଗୁରୁବାର ପର୍ଯ୍ୟନ୍ତ ଏହିସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।
Powered by Froala Editor