ଦନ୍ତା ହାତୀ ଆକ୍ରମଣରେ ଚାଲିଗଲା ୩ ଜୀବନ

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ବନାଞ୍ଚଳ ବାଗଧରିଆ ଗାଁରେ ଦନ୍ତା ହାତୀ ଆକ୍ରମଣରେ ୩ ଜଣଙ୍କର ମୃତ୍ୟୁ ଘଟିଛି। ବର୍ତ୍ତମାନ ପର୍ଯ୍ୟନ୍ତ ମୃତକଙ୍କ ପରିଚୟ ମିଳିନଥିବାବେଳେ ଶୌଚ ପାଇଁ ଘରୁ ବାହାରକୁ ଯାଇଥିବାବେଳେ ଏଭଳି ଅଘଟଣ ଘଟିଛି। ସେପଟେ ଏହି ଘଟଣାରେ ବଡ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କାର୍ଯ୍ୟରେ ଅବହେଳା ଅଭିଯୋଗରେ ରାସୋଳ ଫରେଷ୍ଟର ଏବଂ ଫରେଷ୍ଟ ଗାର୍ଡଙ୍କୁ ନିଲମ୍ବନ କରାଯାଇଛି। ୩ ମୃତକଙ୍କ ପରିବାରକୁ କ୍ଷତିପୂରଣ ମିଳିବ। ଏ ନେଇ ସୂଚନା ଦେଇଛନ୍ତି ରାଜ୍ୟ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ।
Powered by Froala Editor