ବଳଙ୍ଗା ଘଟଣାରେ ମୁହଁ ଖୋଲିଲା ଓଡ଼ିଶା ପୁଲିସ, କଣ କହିଲା ଜାଣନ୍ତୁ?

ଭୁବନେଶ୍ବର: ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ପରେ ମୁହଁ ଖୋଲିଛି ଓଡ଼ିଶା ପୁଲିସ। ଏହି ଘଟଣାରେ ଅନ୍ୟ କୌଣସି ବ୍ୟକ୍ତିଙ୍କର ସମ୍ପୃକ୍ତି ନାହିଁ ବୋଲି ପୁଲିସ ବିଭାଗ ପକ୍ଷରୁ ସାମାଜିକ ଗଣମାଧ୍ୟମ ଏକ୍ସ’ରେ ଏକ ପୋଷ୍ଟ କରି କୁହାଯାଇଛି।
ଉକ୍ତ ପୋଷ୍ଟରେ କୁହାଯାଇଛି ଯେ, ବଳଙ୍ଗା ଘଟଣାରେ ପୀଡ଼ିତା ଝିଅଙ୍କ ମୃତ୍ୟୁ ଖବର ଶୁଣି ଆମେ ଅତ୍ୟନ୍ତ ଦୁଃଖିତ। ଏହି ଘଟଣାରେ ପୁଲିସ ପକ୍ଷରୁ ନିଷ୍ଠାର ସହିତ ତଦନ୍ତ କରାଯାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ହୋଇଥିବା ତଦନ୍ତ ଅନୁଯାୟୀ ଏହି ଘଟଣାରେ ଅନ୍ୟ କୌଣସି ବ୍ୟକ୍ତିଙ୍କ ସମ୍ପୃକ୍ତି ନ ଥିବା ସ୍ପଷ୍ଟ ହୋଇଛି। ଏଣୁ ସମସ୍ତଙ୍କୁ ଅନୁରୋଧ ଯେ, ଏହି ଦୁଃଖଦ ମୁହୂର୍ତ୍ତରେ ଏ ସମ୍ବନ୍ଧୀୟ କୌଣସି ସମ୍ବେଦନଶୀଳ ମନ୍ତବ୍ୟ ନ ଦିଅନ୍ତୁ।
ସୂଚନଯୋଗ୍ୟ, ପୁରୀ ଜିଲାର ବଳଙ୍ଗା ପୀଡ଼ିତା। ୧୫ ଦିନ ଧରି ଡାକ୍ତରଖାନାରେ ମୃତ୍ୟୁ ସହ ସଂଘର୍ଷ କରି ଶେଷରେ ପ୍ରାଣ ହରାଇଛନ୍ତି। ଶନିବାର ସନ୍ଧ୍ୟା ୬ଟା ୨୨ ମିନିଟରେ ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ପୀଡ଼ିତାଙ୍କର ମୃତ୍ୟୁ ଘଟିଛି। ଏହି ଖବର ମିଳିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକପ୍ରକାଶ କରିଛନ୍ତି।
Powered by Froala Editor