ବିଜୁଳି ଘଡ଼ଘଡ଼ି ସହ ବର୍ଷା: ଏହି ଜିଲ୍ଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ବର: ଉପକୂଳ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇଛି। ଭୁବନେଶ୍ବର ଓ କଟକ ସହ ବାଲେଶ୍ବର, ଚାନ୍ଦବାଲି, ପୁରୀ, ଝାରସୁଗୁଡ଼ା, ହୀରାକୁଦ, ତାଳଚେର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଏବଂ ରାଉରକେଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି।
ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ, ଆସନ୍ତା ୨୪ଘଣ୍ଟା ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କୋରାପୁଟ ଏବଂ ରାୟଗଡ଼ା ଜିଲାକୁ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ପାଇଁ ସତର୍କ ସୂଚନା ଜାରି କରାଯାଇଛି।
Powered by Froala Editor