୨୪ ଘଣ୍ଟାରେ ଲଘୁଚାପ ସମ୍ଭାବନା

ଭୁବନେଶ୍ବର: ଆସନ୍ତା ୧୩ ତାରିଖରେ ଓଡ଼ିଶା ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ୨୪ ଘଣ୍ଟାରେ ଲଘୁଚାପରେ ପରିଣତ ହେବା ସମ୍ଭାବନା ଅଛି। ଭୁବନେଶ୍ବର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ, ମଙ୍ଗଳବାର କିଛି ଜିଲାରେ ଘଡ଼ଘଡ଼ି ସହ ପବନର ବେଗ ୩୦ରୁ ୪୦ କି.ମି ମଧ୍ୟରେ ରହିବ। ସେଥିପାଇଁ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା. ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
Powered by Froala Editor