ପୂର୍ବତନ ଉପବାଚସ୍ପତି ବିଭୂତି ଭୂଷଣ ସିଂହ ମର୍ଦ୍ଦରାଜଙ୍କ ଦେହାନ୍ତ

ଭୁବନେଶ୍ବର: ପୂର୍ବତନ ଉପବାଚସ୍ପତି ତଥା ପୂର୍ବତନ ମନ୍ତ୍ରୀ ବିଭୂତି ଭୂଷଣ ସିଂହ ମର୍ଦ୍ଦରାଜଙ୍କ ପରଲୋକ ଘଟିଛି। ଭୁବନେଶ୍ଵରର ଏକ ଘରୋଇ ଡାକ୍ତରଖାନାରେ ବୁଧବାର ବିଳମ୍ବିତ ରାତିରେ ତାଙ୍କର ଦେହାନ୍ତ ଘଟିଛି। ତାଙ୍କୁ ୭୦ ବର୍ଷ ହୋଇଥିଲା। ହୃଦଜନିତ ସମସ୍ୟା ଯୋଗୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ବିଭୂତି ଭୂଷଣ ସିଂହ ମର୍ଦ୍ଦରାଜ ଖଣ୍ଡପଡ଼ା ଗଡ଼ର ରାଜା ଥିଲେ। ରାଜନୀତି ସହ ବି ସେ ଜଡ଼ିତ ରହିଥିଲେ।
Powered by Froala Editor