ଆଜି ବିଜେଡିର ୬ ଘଣ୍ଟିଆ ପୁରୀ ବନ୍ଦ
ପୁରୀ : ଆଜି ୬ଘଂଟା ପୁରୀ ବନ୍ଦ । ସକାଳ ୬ଟାରୁ ଦିନ ୧୨ଟା ଯାଏଁ ୬ଘଂଟିଆ ବନ୍ଦ ପାଳନ କରିବ ବିଜୁ ଜନତା ଦଳ । ବଳଙ୍ଗା ପୀଡ଼ିତାଙ୍କୁ ନ୍ୟାୟ ଦାବିରେ ବନ୍ଦ ଡ଼ାକରା ଦେଇଛି ବିଜେଡି । ବିଜେଡି ନେତାମାନେ ଅଭିଯୋଗ କରିଛନ୍ତି ଯେ, ଏହି ଘଟଣାରେ ପୁଲିସ ଓ ରାଜ୍ୟ ସରକାରଙ୍କ ତଦନ୍ତରେ ଗୁରୁତର ତ୍ରୁଟି ରହିଛି ଏବଂ ଅଭିଯୁକ୍ତଙ୍କୁ ସୁରକ୍ଷା ଦିଆଯାଉଛି। ଗତ ଜୁଲାଇ ୧୯ତାରିଖରେ ବଳଙ୍ଗା ପୀଡ଼ିତାଙ୍କ ଦେହରେ ନିଆଁ ଲାଗିଥିବାବେଳେ ୨ତାରିଖରେ ଦିଲ୍ଲୀ ଏମସରେ ପୀଡ଼ିତାଙ୍କ ମୃତ୍ୟୁ ହୋଇଥିଲା । ୩ତାରିଖ ବିଳମ୍ବିତ ରାତିରେ ପୈତୃକ ଗାଁରେ ପାର୍ଥିବ ଶରୀର ପହଂଚିବା ପରେ କର୍ମ କରାଯାଇ ପରଦିନ କବର ଦିଆଯାଇଥିଲା । ତେବେ ଘଟଣାରେ କୌଣସି ଅଭିଯୁକ୍ତ ଗିରଫ ହୋଇନଥିବାବେଳେ ପୀଡ଼ିତାଙ୍କ ମୃତ୍ୟୁ ଖବର ପରେ ପୁଲିସ ସେ ଯାଏଁ ହୋଇଥିବା ତଦନ୍ତରେ କାହାର ସମ୍ପୃକ୍ତି ନଥିବା ଏକ୍ସରେ ପୋଷ୍ଟ କରିଥିଲା ।
Powered by Froala Editor