ସିଆରପିଏଫ୍ ଗାଡି ଦୁର୍ଘଟଣାଗ୍ରସ୍ତ, ୩ ଯବାନ ସହିଦ

ନୂଆଦିଲ୍ଲୀ: ଜମ୍ମୁ-କାଶ୍ମୀରର ଉଧମପୁରରେ ଏକ ବଡ ଦୁର୍ଘଟଣା ଘଟିଛି । ଉଧମପୁର ଜିଲାର କାଣ୍ଡୱା-ବସନ୍ତଗଡ ଅଞ୍ଚଳରେ ଏକ ସିଆରପିଏଫ୍ ଗାଡି ଦୁର୍ଘଟଣାଗ୍ରସ୍ତ ହୋଇଛି । ଏଥିରେ ୩ ଜଣ ଯବାନ ସହିଦ ହୋଇଥିବା ବେଳେ ୧୨ଜଣ ଯବାନ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି । ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ଏନେଇ ଅତିରିକ୍ତ ଏସପି ସନ୍ଦୀପ ଭଟ୍ ସୂଚନା ଦେଇଛନ୍ତି । ଆହତ ଯବାନମାନଙ୍କୁ ସ୍ଥାନୀୟ ଲୋକମାନେ ଉଦ୍ଧାର କରିଥିଲେ ।
ସେପଟେ କେନ୍ଦ୍ରମନ୍ତ୍ରୀ ଜିତେନ୍ଦ୍ର ସିଂହ ଏକ୍ସରେ ସୂଚନା ଦେଇ କହିଛନ୍ତି ଯେ କାଣ୍ଡୱା-ବସନ୍ତଗଡ ଅଞ୍ଚଳରେ ଏକ ସିଆରପିଏଫ୍ ଗାଡି ସହିତ ଘଟିଥିବା ଦୁର୍ଘଟଣା କଥା ଶୁଣି ମୁଁ ମର୍ମାହତ । ଗାଡିରେ ଅନେକ ବୀର ଯବାନମାନେ ଯାତ୍ରା କରୁଥିଲେ । ଦୁର୍ଘଟଣା ପରେ ସ୍ଥାନୀୟ ଲୋକମାନେ ଉଦ୍ଧାର ପାଇଁ ଆଗେଇ ଆସିଥିଲେ ।
Powered by Froala Editor