Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, October 02, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଘଟଣା ସମୟରେ ସେ ମନେ ମନେ ହନୁମାନ ଚାଳିଶା ...

  • ‘ବିଶିଷ୍ଟ ଗୁଜରାଟ ଗରିମା ପୁରସ୍କାର’ରେ ...

  • ରାଜଘାଟରେ ଗାନ୍ଧୀ ସମାଧିରେ ଜାତିର ...

  • ପୁଣି ବଢିଲା ବାଣିଜ୍ୟିକ ଏଲପିଜି ...

  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ ...

  • ନିଜ ଜୀବନକୁ ବାଜି ଲଗାଇ ୧୮୦ ଯାତ୍ରୀଙ୍କୁ ...

  • ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ...

  • ରବି ଫସଲର MSP ବଢିଲା, କୁସୁମ ପାଇଁ ସର୍ବାଧିକ ...

  • ଟମାଟୋ, କାଜୁ, ଗୁଡ଼ ସବୁ ଫିମ୍ପି : ସେଭେନ ...

  • ୫୨୬ କିଲୋଗ୍ରାମ ହେରୋଇନ ଓ ...

ରାଜ୍ୟ
Home ›› ରାଜ୍ୟ ››କୋରାପୁଟରେ ମୁଖ୍ୟମନ୍ତ୍ରୀ ଦେଲେ ସୁଭଦ୍ରା ଯୋଜନାର ତୃତୀୟ କିସ୍ତି

କୋରାପୁଟରେ ମୁଖ୍ୟମନ୍ତ୍ରୀ ଦେଲେ ସୁଭଦ୍ରା ଯୋଜନାର ତୃତୀୟ କିସ୍ତି

2025-08-09 12:31:38
14763
Share:
Facebook
Twitter
E-Mail
WhatsApp
Telegram
କୋରାପୁଟରେ ମୁଖ୍ୟମନ୍ତ୍ରୀ ଦେଲେ ସୁଭଦ୍ରା ଯୋଜନାର ତୃତୀୟ କିସ୍ତି

ଭୁବନେଶ୍ୱର/ଜୟପୁର - "ସୁଭଦ୍ରା ଯୋଜନା” ଅନେକ ମହିଳାଙ୍କ ଜୀବନରେ ପ୍ରଗତି ଓ ପରିବର୍ତ୍ତନର ନୂଆ ଅଧ୍ୟାୟ ସୃଷ୍ଟି କରିବାରେ ସଫଳ ହୋଇଛି। ଏହା ସେମାନଙ୍କର ପରିବାରକୁ ଆର୍ଥିକ ଶକ୍ତି ଦେବା ସହିତ ସେମାନଙ୍କୁ  ଉଦ୍ୟମୀ ମହିଳା ଭାବେ ଗଢି ତୋଳିବାରେ ବଳ ଯୋଗାଇଛି ବୋଲି ଆଜି କୋରାପୁଟ ଜିଲ୍ଲାର  ଜୟପୁର ଠାରେ ଓଡ଼ିଶାର ସର୍ବବୃହତ ମହିଳା ସଶକ୍ତିକରଣ ଯୋଜନା “ସୁଭଦ୍ରା”ର ତୃତୀୟ କିସ୍ତି ପ୍ରଦାନ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ଏଥି ସହିତ ମୁଖ୍ୟମନ୍ତ୍ରୀ, କୋରାପୁଟ ଜିଲ୍ଲାରେ, ୪୫୨ କୋଟି ଟଙ୍କାରୁ ଉର୍ଦ୍ଧ୍ୱ ୪୩୬ ଟି ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ କରିବା ସହିତ ୩୦୯.୪୨ କୋଟି ଟଙ୍କା ମୂଲ୍ୟର ୧୨୬ ଟି ନୂତନ ପ୍ରକଳ୍ପର ଶୁଭ ଉଦଘାଟନ କରିଥିଲେ।


ସୂଚନା ଯୋଗ୍ୟ, ଆଜି ମୁଖ୍ୟମନ୍ତ୍ରୀଙ୍କ କରକମଳରେ କୋରାପୁଟ ଜିଲ୍ଲାରେ ୭୬୨ କୋଟିରୁ ଉର୍ଦ୍ଧ୍ୱ ଟଙ୍କା ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ କରାଯାଇଛି। ଏଥିରେ ଶିକ୍ଷା, ସ୍ୱାସ୍ଥ୍ୟ, ସେତୁ, ସଡକ, ପର୍ଯ୍ୟଟନ ଭଳି ଗୁରୁତ୍ୱପୂର୍ଣ୍ଣ ଭିତ୍ତିଭୂମି ଉନ୍ନୟନମୂଳକ ପ୍ରକଳ୍ପ ରହିଛି । ଏହି ପ୍ରକଳ୍ପ ଗୁଡିକ କାର୍ଯ୍ୟକାରୀ ହେଲେ ଜିଲ୍ଲାର ବିକାଶ ଆହୁରି ତ୍ୱରାନ୍ୱିତ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


ଏଥିସହିତ ଖୁବ ଶୀଘ୍ର ଜୟପୁର ରୁ ଭୁବନେଶ୍ୱର, ବନ୍ଦେ ଭାରତ ଏକ୍ସପ୍ରେସ ଚାଲିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଏହା ମଧ୍ଯ ଘୋଷଣା କରିଛନ୍ତି ଯେ, ଜୟପୁର ସ୍ଥିତ ପେପର ମିଲ ପୁନର୍ବାର ଚାଲୁ ହେବ ଓ ଜୟପୁର ଠାରେ ଏକ ନୂତନ କଲେଜ ସ୍ଥାପନ ହେବ।


ମୁଖ୍ୟମନ୍ତ୍ରୀ ନିଜ ଅଭିଭାଷଣରେ କହିଥିଲେ ଯେ, ଆର୍ଥିକ ଅଭାବରୁ ଯେଉଁ ମା’ ମାନେ ନିଜ ସ୍ୱପ୍ନକୁ ଛାଡ଼ିବାକୁ ବାଧ୍ୟ ହେଉଛନ୍ତି, ସେମାନଙ୍କ ପାଇଁ ଆଶାର କିରଣ ସାଜିଛି ‘ସୁଭଦ୍ରା’। ସରକାରଙ୍କ ଲକ୍ଷ୍ୟ ସେହି ସମସ୍ତ ମହିଳାଙ୍କୁ ସଶକ୍ତ କରି ଆତ୍ମନିର୍ଭର କରିବା ଓ ଆତ୍ମନିର୍ଭର ଭାରତ ଗଢିବାରେ ସାମିଲ ହେବା। ଏହି ଯୋଜନା ମାଧ୍ୟମରେ ଲକ୍ଷ ଲକ୍ଷ ମା’ ମାନେ ନିଜ ନିଜ ଛୋଟ ବଡ ବ୍ୟବସାୟ ଆରମ୍ଭ କରିପାରିଛନ୍ତି, ଆଉ କିଛି ଅଧିକ ପୁଞ୍ଜି ବିନିଯୋଗ କରି ନିଜ ନିଜର କ୍ଷୁଦ୍ର ବ୍ୟବସାୟକୁ ବୃଦ୍ଧି କରିଛନ୍ତି।  


ଆମ ସରକାର ନିଜର ଆନ୍ତରିକ ପ୍ରଚେଷ୍ଟାରେ କୋଟିଆ ଗ୍ରାମ ପଞ୍ଚାୟତ ରେ ବସବାସ କରୁଥିବା ମହିଳା ମାନଙ୍କୁ ସଫଳ ଭାବେ ‘ସୁଭଦ୍ରା’ ଯୋଜନା ସହ ଯୋଡି ପାରିଛନ୍ତି । 

କୋଟିଆ ଗ୍ରାମ ପଞ୍ଚାୟତରେ ମୋଟ ୨୦୭୮ଟି ଆବେଦନ ମଧ୍ୟରୁ ୧୭୯୭ ଜଣ ପ୍ରଥମ କିସ୍ତି ଓ ୧୭୯୫ ଜଣ ଦ୍ୱିତୀୟ କିସ୍ତି ଅର୍ଥ ରାଶି ପାଇଛନ୍ତି । ଆଜି ତୃତୀୟ କିସ୍ତି ବାବଦରେ କୋଟିଆର ୧୭୮୩ ଜଣ ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଏହି ସହାୟତା ରାଶି ସିଧାସଳଖ ପ୍ରଦାନ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।


ସେ ପୁଣି କହିଥିଲେ, ଆମ ସରକାରଙ୍କ ପାଇଁ ମହିଳା ସଶକ୍ତିକରଣ କେବଳ ଏକ ସ୍ଲୋଗାନ ନୁହେଁ, ସେମାନେ କେବଳ ଏକ ଭୋଟ ବ୍ଯାଙ୍କ ନୁହନ୍ତି। ପ୍ରାୟ ଦୁଇ ଦଶନ୍ଧି ଧରି ମହିଳା ସଶକ୍ତିକରଣ ନାଁ ରେ ରାଜ୍ୟର କୋଟି କୋଟି ମହିଳାଙ୍କୁ କେବଳ ରାଜନୈତିକ ପଶାପାଲିରେ ଗୋଟିଭାବେ ବ୍ୟବହାର କରାଯାଉଥିଲା। ଏହା ସମଗ୍ର ନାରୀ ସମାଜ ପାଇଁ ଅପମାନ। ଆମ ସରକାର ଆସିବାର ପ୍ରାୟ ଏକ ବର୍ଷ ମଧ୍ୟରେ ମହିଳା ସଶକ୍ତିକରଣକୁ ଏକ ନୂତନ ଦିଗନ୍ତ ଦେବା ପାଇଁ ପ୍ରୟାସ ଜାରି ରଖିଛନ୍ତି। ଏହାର ଉଦାହରଣ ହେଉଛି, ‘ଲକ୍ଷପତି ଦିଦି’। ମାନନୀୟ ପ୍ରଧାନମନ୍ତ୍ରୀ ମୋଦୀଜୀଙ୍କ ପରିକଳ୍ପିତ ଏହି ସଶକ୍ତିକରଣ କାର୍ଯ୍ୟକ୍ରମରେ ଆଜି ପର୍ଯ୍ୟନ୍ତ ଆମ ଓଡ଼ିଶାରେ ପ୍ରାୟ ୧୭ ଲକ୍ଷ ଲକ୍ଷପତି ଦିଦି ସୃଷ୍ଟି ହୋଇଛନ୍ତି। ସୁଭଦ୍ରା ଯୋଜନା ଅଧିନରେ ଆମର ମା’ମାନଙ୍କୁ ସଶକ୍ତ କରିବା  ପାଇଁ ସୁଭଦ୍ରା ପ୍ଲସ, ଉଦ୍ୟୋଗୀ କରିବା ପାଇଁ ସୁଭଦ୍ରା ଶକ୍ତି ମେଳା କାର୍ଯ୍ୟକାରୀ କରାଯାଇଥିବା ବେଳେ କିଶୋରୀମାନଙ୍କ ପାଇଁ ସୁଭଦ୍ରା କିଶୋରୀ, ସଞ୍ଚୟ ପାଇଁ ସୁଭଦ୍ରା ସଞ୍ଚୟ, ସୁରକ୍ଷା ପାଇଁ ସୁଭଦ୍ରା ସୁରକ୍ଷା ଏବଂ ସାମୁହିକ ନେତୃତ୍ୱର ବିକାଶ ପାଇଁ ସୁଭଦ୍ରା ସଖୀ ଯୋଜନା କାର୍ଯ୍ୟକାରୀ କରାଯାଇଛି।  


ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେଯେ କୋରାପୁଟର କୋଟିଆ ଗ୍ରାମ ପଞ୍ଚାୟତରେ ମୋଟ ୨୦୭୮ଟି ଆବେଦନ ମଧ୍ୟରୁ ୧୭୯୭ ଜଣ ପ୍ରଥମ କିସ୍ତି ଓ ୧୭୯୫ ଜଣ ଦ୍ୱିତୀୟ କିସ୍ତି ଅର୍ଥ ରାଶି ପାଇଛନ୍ତି । ଆଜି ତୃତୀୟ କିସ୍ତି ବାବଦରେ କୋଟିଆର ୧୭୮୩ ଜଣ ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଏହି ସହାୟତା ରାଶି ସିଧାସଳଖ ପ୍ରଦାନ କରାଯାଇଛି। ଖୁସିର କଥା ଆମ ସରକାରଙ୍କ ଆନ୍ତରିକ ପ୍ରଚେଷ୍ଟାରେ କୋଟିଆ ଗ୍ରାମ ପଞ୍ଚାୟତର ମହିଳାମାନେ ମଧ୍ୟ ଆମ ସୁଭଦ୍ରା ଯୋଜନା ସହିତ ଯୋଡି ହୋଇଛନ୍ତି ।


ସୁଭଦ୍ରା ମାଧ୍ୟମରେ ଆମେ କେବଳ ଆର୍ଥିକ ସ୍ୱାଧୀନତା ମାଧ୍ୟମରେ ମହିଳାମାନଙ୍କୁ ସଶକ୍ତ କରୁନାହୁଁ ବରଂ ଶିକ୍ଷା, ଦକ୍ଷତା, ଏବଂ ରୋଜଗାରର ସୁଯୋଗ ମଧ୍ୟରେ ଥିବା ବ୍ୟବଧାନକୁ ମଧ୍ୟ ଦୂର କରୁଛୁ । ସୁଭଦ୍ରା ଯୋଜନାରେ ପ୍ରଦାନ କରାଯାଉଥିବା ସହାୟତାକୁ ପୁଞ୍ଜି ଭାବେ ବ୍ୟବହାର କରି ଆଜି ରାଜ୍ୟର ଲକ୍ଷ ଲକ୍ଷ ମା’ ଓ ଭଉଣୀମାନେ ଛୋଟ ବଡ ବ୍ୟବସାୟ ଆରମ୍ଭ କରି ନିଜ ପରିବାରର ଆର୍ଥିକ ସ୍ଥିତିକୁ ବଦଳାଇ ପାରିଛନ୍ତି ବୋଲି ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହ ଦେଓ ନିଜ ଅଭିଭାଷଣରେ କହିଛନ୍ତି। 


ଗୋଟିଏ ବର୍ଷ ତଳେ ମହିଳାଙ୍କ ଆଖିରେ ଯେଉଁ ବିଶ୍ୱାସ ଆମେ ଦେଖିଥିଲୁ, ସେ ବିଶ୍ୱାସ ଆଜି ଫଳପ୍ରଦ। ସରକାରଙ୍କ ଲକ୍ଷ୍ୟ ସେହି ସମସ୍ତ ମହିଳାଙ୍କୁ ସଶକ୍ତ କରି ଆତ୍ମନିର୍ଭର କରିବା । ଏହି ଯୋଜନା ମାଧ୍ୟମରେ ସରକାର ମହିଳାମାନଙ୍କ ଜୀବନର ଏକାଧିକ ଦିଗରୁ ଉନ୍ନତ କରିବାର ଲକ୍ଷ୍ୟ ରଖିଛନ୍ତି ଏବଂ  ଏହା ସେମାନଙ୍କ ସାମାଜିକ ଅବସ୍ଥାକୁ ମଜବୁତ କରିବା, ସଫଳତା ପାଇଁ ସାଧନ ଓ ସୁଯୋଗ ଆଦି ଯୋଗାଇବା ଦିଗରେ ସରକାରଙ୍କ ଦୃଢ ସଂକଳ୍ପକୁ  ପ୍ରତିପାଦନ କରୁଅଛି ବୋଲି ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ଏହି ଅବସରରେ କହିଥିଲେ। 


କାର୍ଯ୍ୟକ୍ରମ ପ୍ରାରମ୍ଭରେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ମୁଖ୍ୟମନ୍ତ୍ରୀଙ୍କ ହାତରେ ସୁଭଦ୍ରା ରାକ୍ଷୀ ବାନ୍ଧି ଏହି ସମାରୋହକୁ ପାରମ୍ପାରିକ ଭାବେ ଅନୁଷ୍ଠାନ କରିଥିଲେ। 


ଏହି କାର୍ଯ୍ୟକ୍ରମ ଅବସରରେ ମୁଖ୍ୟମନ୍ତ୍ରୀ ଓଡ଼ିଶାର ଏକ କୋଟି ମହିଳା ମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ ସୁଭଦ୍ରା ସହାୟତା ରାଶି ପ୍ରଦାନ କରିଥିଲେ। ଏଥି ସହିତ ମଞ୍ଚ ଉପରେ ସୁଭଦ୍ରା ଯୋଜନାରୁ ସଫଳତା ପାଇଥିବା ମହିଳାଙ୍କୁ ଓ ଏହି ଯୋଜନାକୁ ସଫଳ କରାଉଥିବା ମହିଳାଙ୍କୁ ସମ୍ମାନିତ କରିଥିଲେ।


ଉକ୍ତ କାର୍ଯ୍ୟକ୍ରମରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ, ଶ୍ରୀଯୁକ୍ତ ନିତ୍ୟାନନ୍ଦ ଗଣ୍ଡ, ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ମନ୍ତ୍ରୀ, ଶ୍ରୀଯୁକ୍ତ ଗୋକୁଳାନନ୍ଦ ମଲ୍ଲିକ, ଖଣି ଓ ଷ୍ଟିଲ ମନ୍ତ୍ରୀ ଶ୍ରୀ ବିଭୂତି ଭୂଷଣ ନାୟକ, ନବରଙ୍ଗପୁର ସାଂସଦ, ଶ୍ରୀଯୁକ୍ତ ବଳଭଦ୍ର ମାଝି 

ବିଧାୟକ ଶ୍ରୀଯୁକ୍ତ ରଘୁରାମ ମାଛ, ନରସିଂହ ମାଡକାମୀ, ଗୌରୀ ଶଙ୍କର ମାଝୀ, ମହିଳା ଓ  ଶିଶୁ ବିକାଶ ବିଭାଗ, ପ୍ରମୁଖ ଶାସନ ସଚିବ, ଶ୍ରୀମତୀ ଶୁଭା ଶର୍ମା, ବିଭାଗୀୟ ନିର୍ଦ୍ଦେଶିକା ଶ୍ରୀମତୀ ମୋନିଷା ବାନାର୍ଜୀ ଓ ଜିଲ୍ଲାପାଳ ଶ୍ରୀ ମନୋଜ ସତ୍ୟବାନ୍ ମହାଜନ ପ୍ରମୁଖ ମଂଚାସୀନ ଥିଲେ।


କାର୍ଯ୍ୟକ୍ରମରେ ଜୟପୁର ବିଧାୟକ ଶ୍ରୀଯୁକ୍ତ ତାରା ପ୍ରସାଦ ବାହିନୀପତି ସ୍ୱାଗତ ଭାଷଣ ଦେଇଥିବା ବେଳେ କୋଟପାଡ଼ ବିଧାୟକ ଶ୍ରୀଯୁକ୍ତ ରୁପୁ ଭତ୍ରା ଧନ୍ୟବାଦ ଦେଇଥିଲେ।

Powered by Froala Editor

Tags Chief minister, Mohan Charan Majhi

Related articles Odisha News Lens 4.1

  • ଟମାଟୋ, କାଜୁ, ଗୁଡ଼ ସବୁ ଫିମ୍ପି : ସେଭେନ ସିଜ ହସ୍ପିଟାଲିଟିର ଲାଇସେନ୍ସ ସସପେଣ୍ଡ
    ଦେଶ-ଦେଶାନ୍ତର

    ଟମାଟୋ, କାଜୁ, ଗୁଡ଼ ସବୁ ଫିମ୍ପି : ସେଭେନ ସିଜ ହସ୍ପିଟାଲିଟିର ଲାଇସେନ୍ସ ସସପେଣ୍ଡ

    15874
    Oct 01, 2026
  • ପୁଣି ବଢିଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡର ମୂଲ୍ୟ
    ଦେଶ-ଦେଶାନ୍ତର

    ପୁଣି ବଢିଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡର ମୂଲ୍ୟ

    15170
    Oct 01, 2026
  • ‘ବିଶିଷ୍ଟ ଗୁଜରାଟ ଗରିମା ପୁରସ୍କାର’ରେ ସମ୍ମାନିତ ହେବେ ସ୍ମିତ୍
    ଦେଶ-ଦେଶାନ୍ତର

    ‘ବିଶିଷ୍ଟ ଗୁଜରାଟ ଗରିମା ପୁରସ୍କାର’ରେ ସମ୍ମାନିତ ହେବେ ସ୍ମିତ୍

    14298
    Oct 02, 2026
  •  ନିଜ ଜୀବନକୁ ବାଜି ଲଗାଇ ୧୮୦ ଯାତ୍ରୀଙ୍କୁ ବଞ୍ଚାଇଲେ ସ୍ମିତ, ଚାରିଆଡୁ ଛୁଟୁଛି ...
    ଦେଶ-ଦେଶାନ୍ତର

    ନିଜ ଜୀବନକୁ ବାଜି ଲଗାଇ ୧୮୦ ଯାତ୍ରୀଙ୍କୁ ବଞ୍ଚାଇଲେ ସ୍ମିତ, ଚାରିଆଡୁ ଛୁଟୁଛି ...

    15649
    Oct 01, 2026
  • ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ମୋଦୀଙ୍କ ଟେଲିଫୋନରେ ବାର୍ତ୍ତାଳପ
    ଦେଶ-ଦେଶାନ୍ତର

    ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ମୋଦୀଙ୍କ ଟେଲିଫୋନରେ ବାର୍ତ୍ତାଳପ

    14724
    Oct 01, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ...

    15055
    Oct 01, 2026
  • ୫୨୬ କିଲୋଗ୍ରାମ ହେରୋଇନ ଓ ମେଥାମ୍ଫେଟାମାଇନ୍‌ ଜବତ, ୫ ପାକିସ୍ତାନୀ ଗିରଫ
    ଦେଶ-ଦେଶାନ୍ତର

    ୫୨୬ କିଲୋଗ୍ରାମ ହେରୋଇନ ଓ ମେଥାମ୍ଫେଟାମାଇନ୍‌ ଜବତ, ୫ ପାକିସ୍ତାନୀ ଗିରଫ

    15352
    Sep 30, 2026
  • ଘଟଣା ସମୟରେ ସେ ମନେ ମନେ ହନୁମାନ ଚାଳିଶା ପାଠ କରୁଥିଲେ ସ୍ମିତ
    ଦେଶ-ଦେଶାନ୍ତର

    ଘଟଣା ସମୟରେ ସେ ମନେ ମନେ ହନୁମାନ ଚାଳିଶା ପାଠ କରୁଥିଲେ ସ୍ମିତ

    14833
    Oct 02, 2026
  • ରାଜଘାଟରେ ଗାନ୍ଧୀ ସମାଧିରେ ଜାତିର ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ...
    ଦେଶ-ଦେଶାନ୍ତର

    ରାଜଘାଟରେ ଗାନ୍ଧୀ ସମାଧିରେ ଜାତିର ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ...

    14309
    Oct 02, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ରବି ଫସଲର MSP ବଢିଲା, କୁସୁମ ପାଇଁ ସର୍ବାଧିକ ବୃଦ୍ଧି

    15418
    Oct 01, 2026
  • ଦେଶ-ଦେଶାନ୍ତର

    ଟମାଟୋ, କାଜୁ, ଗୁଡ଼ ସବୁ ଫିମ୍ପି : ସେଭେନ ସିଜ ହସ୍ପିଟାଲିଟିର ଲାଇସେନ୍ସ ସସପେଣ୍ଡ

    15874
    Oct 01, 2026
  • ଦେଶ-ଦେଶାନ୍ତର

    ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ମୋଦୀଙ୍କ ଟେଲିଫୋନରେ ବାର୍ତ୍ତାଳପ

    14724
    Oct 01, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17145
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17834
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17797
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18212
    Sep 06, 2023

ବିଶେଷ

  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15371
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14044
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15784
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15351
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14725
    Sep 18, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ଶିକ୍ଷା ପ୍ରଦାନ କରୁଛି

ସ୍ଥାପିତ ୬ଟି ଡିଜିଟାଲ ଶ୍ରେଣୀଗୃହରେ ୫୬୦ରୁ ଅଧିକ ଛାତ୍ରଛାତ୍ରୀ ଉପକୃତ ହୋଇଛନ୍ତି

ଭୁବନେଶ୍ୱର: ଶିକ୍ଷା ସେତେବେଳେ ଅଧିକ ଅର୍ଥପୂର୍ଣ୍ଣ ହୋଇଯାଏ ଯେତେବେଳେ ଛାତ୍ରମାନେ ସଠିକ୍ ଉପକରଣ ଏବଂ ସମ୍ବଳ ପାଇଥ ...

  • ଭାରତରେ ‘Apple Pay’ ପ୍ରବେଶ

    14859
    Sep 30, 2026
  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14394
    Sep 28, 2026
  • ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ କାର୍ଯ୍ୟକ୍ରମ ଘୋଷଣା କଲା

    14341
    Sep 26, 2026
  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

    15958
    Sep 23, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ‘ବିଶିଷ୍ଟ ଗୁଜରାଟ ଗରିମା ପୁରସ୍କାର’ରେ ସମ୍ମାନିତ ହେବେ ସ୍ମିତ୍

    14298
    Oct 02, 2026
  • ରବି ଫସଲର MSP ବଢିଲା, କୁସୁମ ପାଇଁ ସର୍ବାଧିକ ବୃଦ୍ଧି

    15418
    Oct 01, 2026
  • ଘଟଣା ସମୟରେ ସେ ମନେ ମନେ ହନୁମାନ ଚାଳିଶା ପାଠ କରୁଥିଲେ ସ୍ମିତ

    14833
    Oct 02, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In