ବିଷ ପିଇଦେଲେ ଦମ୍ପତ୍ତି

ଭୁବନେଶ୍ବର: ବାଲିଚନ୍ଦ୍ରପୁର ଥାନା ଅନ୍ତର୍ଗତ ପତରାଜପୁରରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। କୌଣସି କାରଣରୁ ଦମ୍ପତି ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ବିଷ ପିଇଦେବା ପରେ ଦମ୍ପତି ଗୁରୁତର ଅସୁସ୍ଥ ହୋଇପଡ଼ିଥିଲେ।
ସ୍ଥାନୀୟ ଲୋକଙ୍କ ସହାୟତାରେ ସେମାନଙ୍କୁ ଉଦ୍ଧାର କରି ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ହେଲେ ଅବସ୍ଥା ସଙ୍କଟାପନ୍ନ ଥିବାରୁ ସେମାନଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି।
Powered by Froala Editor