ଅଙ୍ଗନଓ୍ବାଡ଼ି କେନ୍ଦ୍ର ଛାତ ଉପରୁ ମିଳିଲା ନାବାଳକର ମୃତଦେହ

ଭୁବନେଶ୍ବର: ଅଙ୍ଗନଓ୍ବାଡ଼ି କେନ୍ଦ୍ର ଛାତ ଉପରୁ ମିଳିଲା ନାବାଳକର ମୃତଦେହ। ଗାଁରେ ଥିବା ପୁରୁଣା ଅଙ୍ଗନଓ୍ବାଡ଼ି କେନ୍ଦ୍ର ଛାତ ଉପରୁ ୭ ବର୍ଷୀୟ ନାବାଳକର ମୃତଦେହ ଉଦ୍ଧାର କରିଛି ପୁଲିସ। ମୃତ ନାବାଳକ ନାଁ ହେଉଛି ଅରୁଣ ବବୋଙ୍ଗା।ଛାତ ଉପରେ ଯାଇଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ତାଙ୍କର ମୃତ୍ୟୁ ଘଟିଥିବା ସନ୍ଦେହ କରାଯାଉଛି। ପୁଲିସ ମୃତଦେହ ଜବତ କରି ଘଟଣାର ତଦନ୍ତ ଚଳାଇଛି।
Powered by Froala Editor