ପ୍ରବଳ ବର୍ଷା: ଏହି ଜିଲ୍ଲାକୁ ସତର୍କତା ଜାରି
ଭୁବନେଶ୍ୱର : ପଶ୍ଚିମ କେନ୍ଦ୍ରୀୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ୧୫ ତାରିଖ ଯାଏ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ ପକ୍ଷରୁ ସୂଚନା ଦିଆଯାଇଛି। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା ଆଦି ଜିଲାରେ ବଜ୍ରପାତ ସହ ହାଲୁକାରୁ ମଧ୍ୟମ ଧରଣ ବର୍ଷା ହୋଇପାରେ। ଏହି ସମସ୍ତ ଜିଲାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ବୁଧବାର ସକାଳ ୮ଟାରୁ ୧୪ ତାରିଖ ସକାଳ ମଧ୍ୟରେ କୋରାପୁଟ ଓ ମାଲକାନଗିରିରେ ଅତିପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ସେହପିରି ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, ଗଜପତି, ବଲାଙ୍ଗୀର ଓ ନୂଆପଡ଼ାକୁ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ରହିଛି।
Powered by Froala Editor