୫ଦିନ ପ୍ରବଳ ବର୍ଷା
ରାଜ୍ୟରେ ଆଗାମୀ ୫ଦିନ ପର୍ଯ୍ୟନ୍ତ ମଧ୍ୟମରୁ ପ୍ରବଳ ବର୍ଷା ହୋଇପାରେ। ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ। ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ହେବା ନେଇ ଆକଳନ କରାଯାଇଛି। ଲଘୁଚାପ ପ୍ରଭାବରେ ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗଣମାଧ୍ୟମକୁ ସୂଚନା ଦିଆଯାଇଛି।
ବିଶେଷ କରି ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ରାୟଗଡ଼ା ଓ ଗଜପତିକୁ ଅରେଞ୍ଜ ୱାର୍ଣ୍ଣିଙ୍ଗ ଜାରି କରାଯାଇଛି। କୋରାପୁଟ, ମାଲକାନଗିରି, ଗଂଜାମ, ନୟାଗଡ଼, କଳାହାଣ୍ଡି, ନବରଙ୍ଗପୁର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ସୁନ୍ଦରଗଡ଼, କଟକ ଓ ଯାଜପୁରରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ବିଭାଗ।
ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ରାୟଗଡ଼ା ଓ ଗଜପତିକୁ ଅରେଞ୍ଜ ୱାର୍ଣ୍ଣିଙ୍ଗ ଜାରି କରାଯାଇଛି। କୋରାପୁଟ ମାଲକାନଗିରି, ଗଂଜାମ, ନୟାଗଡ଼, କଳାହାଣ୍ଡି, ନବରଙ୍ଗପୁର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ସୁନ୍ଦରଗଡ଼, କଟକ ଓ ଯାଜପୁରରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।
Powered by Froala Editor