ବଡ଼ ଖବର, ଅଗଷ୍ଟ ୧ ଯାଏଁ ଆଂଶିକ ଲକଡାଉନ
ଭୁବନେଶ୍ୱର: ରାଜ୍ୟରେ କରୋନା ମହାମାରୀକୁ ସମ୍ପୂର୍ଣ୍ଣଭାବେ ନିୟନ୍ତ୍ରଣକୁ ଆଣିବା ପାଇଁ ସରକାରଙ୍କ ପକ୍ଷରୁ ଗତ ମେ’ ୫ରେ ଘୋଷିତ ତାଲାବନ୍ଦର ୫ମ ପର୍ଯ୍ୟାୟ ଅବଧି ଆସନ୍ତାକାଲି ଅର୍ଥାତ ଶୁକ୍ରବାର ଶେଷ ହେବାକୁ ଯାଉଛି । ହେଲେ ସରକାରଙ୍କ ଉଦେ୍ଧଶ୍ୟ ସମ୍ପୂର୍ଣ୍ଣ ଭାବେ ସାଧିତ ହୋଇପାରିନାହିଁ । ପ୍ରାୟ ୨୦ ଜିଲ୍ଲାରେ ସଂକ୍ରମଣ ହାର ନିୟନ୍ତ୍ରଣକୁ ଆସିଥିଲେ ମଧ୍ୟ ୫ଟି ଜିଲ୍ଲାରେ ଆଗପଛ ହୋଇରହିଛି । ଅବଶିଷ୍ଟ ୫ଟି ଜିଲ୍ଲାରେ ସଂକ୍ରମଣ ଯେଭଳି କମିବା କଥା ତାହା ହେଉନି । ଏହି ପରିପ୍ରେକ୍ଷୀରେ ଆଜି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ରାଜ୍ୟବାସୀଙ୍କୁ ସମ୍ବୋଦନ କରିଛନ୍ତି । ଆଂଶିକ ଲକଡାଉନ ସରୁଥିବାରୁ ଶ୍ରୀ ମହାପାତ୍ର ନୂଆ ଗାଇଡଲାଇନ ଘୋଷଣା କରିଛନ୍ତି । କୋଭିଡ ପରିଚାଳନା ନେଇ ସେ ସବିଶେଷ ତଥ୍ୟ ଦେଇଛନ୍ତି । ରାଜ୍ୟରେ ସଂକ୍ରମଣ ତଳମୁହାଁ ହୋଇଥିଲେ ହେଁ ଆଗକୁ ତୃତୀୟ ଲହର ଆସିବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଆସନ୍ତା ଅଗଷ୍ଟ ୧ ଯାଏଁ ପୁଣି ଥରେ ଆଂଶିକ ଲକଡାଉନ ଘୋଷଣା କରାଯାଇଥିବା ନେଇ ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର ସୂଚନା ଦେଇଛନ୍ତି ।
ଏହି ପରିପ୍ରେକ୍ଷୀରେ ସେ କହିଛନ୍ତି ଯେ, ପରିସ୍ଥିତି ଏଯାଏଁ ସମ୍ପୂର୍ଣ୍ଣ ନିୟନ୍ତ୍ରଣକୁ ଆସିନାହିଁ । କାଟେଗୋରୀ ‘ଏ’ରେ ୨୦ ଓ କାଟେଗୋରୀ ‘ବି’ରେ ୧୦ ଜିଲ୍ଲା ପୂର୍ବପରି ରହିବ ବୋଲି ଶ୍ରୀ ମହାପାତ୍ର ଘୋଷଣା କରିଛନ୍ତି ।
Powered by Froala Editor