ପ୍ରବଳରୁ ଅତି ପ୍ରବଳ ବର୍ଷା: ଅରେଞ୍ଜ ଓ୍ବାର୍ନିଂ ଜାରି
ଭୁବନେଶ୍ୱର: ସୋମବାର କୋରାପୁଟ, ମାଲକାନଗିରି, ରାୟଗଡ଼ା ଓ ଗଜପତି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଥିବାବେଳେ ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁରରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ବଜ୍ରପାତ ପାଇଁ ପୁରୀ, ଖୋର୍ଦ୍ଧା, ନୟାଗଡ଼, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ ଓ ଜଗତ୍ସିଂହପୁର ଆଦି ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ୧୯ ତାରିଖ ସକାଳୁ ବର୍ଷା ପରିମାଣ ବଢ଼ିପାରେ। ଏଥିପାଇଁ କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁରକୁ ରେଡ୍ ଓ୍ବାର୍ନିଂ ଓ ରାୟଗଡ଼ା, ଗଜପତି ଓ କଳାହାଣ୍ଡିକୁ ଅରେଞ୍ଜ ଓ୍ବାର୍ନିଂ ରହିଛି। ସେହିପରି ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ସୋନପୁର, ବଲାଙ୍ଗୀର, ନୂଆପଡ଼ା ଓ ନବରଙ୍ଗପୁରକୁ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ୨୦ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନେ ସମୁଦ୍ରକୁ ନଯିବାକୁ ପରାମର୍ଶ ଦିଆଯାଇଛି।
Powered by Froala Editor