ଆତ୍ମାହୁତି ଉଦ୍ୟମ କରିଥିବା ମହିଳାଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ
ପିପିଲି: ଆତ୍ମାହୁତି ଉଦ୍ୟମ କରିଥିବା ମହିଳାଙ୍କର ଏମ୍ସରେ ମୃତ୍ୟୁ ଘଟିଛି। ୬ ଦିନ ପରେ ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ଵର ଏମ୍ସରେ ତାଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଗତ ୧୩ ତାରିଖରେ ପିପିଲି ଜୟପୁର ଛକରେ ନିଆଁରେ ପୋଡି ହୋଇ ମହିଳା ଜଣକ ଗୁରୁତର ହୋଇଥିଲେ। ତାଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ପିପିଲି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପରେ ଅବସ୍ଥା ସଙ୍କଟାପର୍ଣ୍ଣ ହେବାରୁ ତାଙ୍କୁ ଭୁବନେଶ୍ଵର ଏମ୍ସକୁ ସ୍ଥାନାନ୍ତର କରାଯାଇଥିଲା। ଆଜି ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି।
Powered by Froala Editor