ଅବପାତର ରୂପ ନେଲା ଲଘୁଚାପ: ଲାଗିରହିଛି ବର୍ଷା
ଭୁବନେଶ୍ୱର : ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳସ୍ଥ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସୋମବାର ଅବପାତର ରୂପ ନେଇଛି। ଏହା ପ୍ରଭାବରେ ରାଜ୍ୟରେ ସାରାଦିନ ବର୍ଷା ଲାଗିରହିଛି। ମଙ୍ଗଳବାର ମଧ୍ୟାହ୍ନରେ ଅବପାତ ଦକ୍ଷିଣ ଓଡ଼ିଶା ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି। ତେଣୁ ରାଜ୍ୟର କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର ଜିଲାରେ ଅତ୍ୟନ୍ତ ପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏଥିପାଇଁ ଏହି ୩ ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଛି। ସେହିଭଳି କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା ଓ ଗଜପତି ଜିଲାରେ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ଏବଂ ପ୍ରବଳ ବର୍ଷା ନେଇ ଗଞ୍ଜାମ, ନୟାଗଡ଼, ବୌଦ୍ଧ, ବଲାଙ୍ଗୀର, ନୂଆପଡ଼ା, ପୁରୀ, ଖୋର୍ଦ୍ଧା ଓ କଟକ ଆଦି ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।
Powered by Froala Editor