ଗୋପାଳପୁର ଅତିକ୍ରମ କରିଛି ଅବପାତ: ୨୪ ପର୍ଯ୍ୟନ୍ତ ପ୍ରବଳ ବର୍ଷିବ
ଭୁବନେଶ୍ବର : ଗୋପାଳପୁର ଅତିକ୍ରମ କରିଛି ଅବପାତ। ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରି ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ଦକ୍ଷିଣ ଛତିଶଗଡ଼ ମଧ୍ୟରେ ଦୁର୍ବଳ ହୋଇଛି। କିନ୍ତୁ ଅବପାତ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଭୁବନେଶ୍ବର, କଟକ ସମେତ ଦକ୍ଷିଣ ଓଡ଼ିଶାର ଆଭ୍ୟନ୍ତରୀଣ ଜିଲାରେ ବର୍ଷା ହୋଇଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସମ୍ପୃକ୍ତ ଜିଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବିଶେଷ କରି ୨୪ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
Powered by Froala Editor