୫ ହାର୍ଡକୋର ମାଓବାଦୀ ଗିରଫ
ମାଲକାନଗିରି: ମାଲକାନଗିରି ଛତିଶଗଡ ସିମାନ୍ତ ବିଜାପୁର ଜିଲ୍ଲାର ବାଙ୍ଗୋଲିର ଜଙ୍ଗଲରେ ଡିଆରଜି ବାହିନୀର କୁମ୍ବିଂ ଅପରେସନ ଚାଲିଥିବାବେଳେ ସୁରକ୍ଷାକର୍ମୀଙ୍କ ହାତରେ ଧରା ପଡିଲେ ୫ଜଣ ହାର୍ଡକୋର ମାଓବାଦୀ। ସେମାନଙ୍କ ମୁଣ୍ଡ ଉପରେ ପୁର୍ବରୁ ୬ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରିଥିଲେ ଛତିଶଗଡ ସରକାର । ଗିରଫ ମାଓବାଦୀମାନେ ଦୀର୍ଘ ଦିନ ଧରି ମାଓ ସଂଗଠନରେ ସକ୍ରିୟ ସଦସ୍ୟ ଭାବେ କାର୍ଯ୍ୟ କରୁଥିଲେ । ସେମାନଙ୍କ ଠାରୁ ଭାରି ମାତ୍ରାରେ ବିସ୍ଫୋରକ ସାମଗ୍ରୀ ଜବତ କରାଯାଇଛି । ଗିରଫ ମାଓବାଦିଙ୍କ ମଧ୍ୟରୁ ଲକ୍ଷ୍ମୀ ଫାର୍ସା ଓ ସୁଖରାମ ହେମଲା ଓଡିଶାର ବୋଲି ଜଣାପଡିଛି।
Powered by Froala Editor