୨୭ ପର୍ଯ୍ୟନ୍ତ ପ୍ରବଳ ବର୍ଷା

ଭୁବନେଶ୍ବର: ଶୁକ୍ରବାର ସନ୍ଧ୍ୟାରେ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏଥିସହିତ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ରାଜ୍ୟରେ ସକ୍ରିୟ ଥିବାରୁ ସାରା ରାଜ୍ୟରେ ବର୍ଷା ଲାଗି ରହିଛି। ୨୫ ତାରିଖ ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଅଞ୍ଚଳରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ୨୭ ପର୍ଯ୍ୟନ୍ତ ଅନେକ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଓ କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହୋଇପାରେ। ଆସନ୍ତା ୨୪ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର ଏବଂ ସୁନ୍ଦରଗଡ ଜିଲାର କିଛି ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।
Powered by Froala Editor