ବେସାମରିକ ବିମାନ ଚଳାଚଳ ମନ୍ତ୍ରୀଙ୍କ ସମ୍ମିଳନୀ ଆଜି

ଭୁବନେଶ୍ୱର : ଭୁବନେଶ୍ବରରେ ପୂର୍ବାଞ୍ଚଳ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀଙ୍କର ସମ୍ମିଳନୀ ଅନୁଷ୍ଠିତ ହେବ। ଏଥିରେ କେନ୍ଦ୍ର ମନ୍ତ୍ରୀ, ମୁଖ୍ୟମନ୍ତ୍ରୀ, ରାଜ୍ୟ ସରକାରଙ୍କ ମନ୍ତ୍ରୀ, ବରିଷ୍ଠ ଅଧିକାରୀ ଏବଂ ଶିଳ୍ପପତିମାନେ ଯୋଗଦେଇ ପୂର୍ବ ଭାରତରେ ବେସାମରିକ ବିମାନ ଚଳାଚଳ କ୍ଷେତ୍ରକୁ ସୁଦୃଢ଼ କରିବା ଦିଗରେ ଥିବା ଆହ୍ବାନ ଉପରେ ବିଚାର ବିମର୍ଷ କରିବେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାକୁ ଉଦ୍ଘାଟନ କରିବା ପାଇଁ ସ୍ଥିର ହୋଇଥିବା ବେଳେ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ରାମମୋହନ ନାଇଡ଼ୁ ଏବଂ ରାଷ୍ଟ୍ରମନ୍ତ୍ରୀ ମୁରଲୀଧର ମୋହୋଲ ଯୋଗଦେବେ।
Powered by Froala Editor