ଏଥର ଦୁଇ ଦିନ ନୂଆଁଖାଇ ଛୁଟି

ନୂଆଁଖାଇ ଉପଲକ୍ଷେ ଆଗାମୀ ୨୯ ତାରିଖକୁ ରାଜ୍ୟ ସରକାର ସରକାରୀ ଛୁଟି ଘୋଷଣା କରିଛନ୍ତି। ଏନେଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ୨୯ ତାରିଖରେ ସବୁ ସରକାରୀ କାର୍ଯ୍ୟାଳୟ ସହ ମାଜିଷ୍ଟେରିଆଲ କୋର୍ଟ ଛୁଟି ରହିବ । ଏଥିପାଇଁ ସେପ୍ଟେମ୍ବର ୧୩ ଦ୍ବିତୀୟ ଶନିବାରକୁ କାର୍ଯ୍ୟଦିବସ ଘୋଷଣା କରାଯାଇଛି ।ଏହି ପରିପ୍ରେକ୍ଷୀରେ ଅଗଷ୍ଟ ୨୯ ତାରିଖ ଦିନ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧିନରେ ଥିବା ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ବନ୍ଦ ରହିବ।
ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ । ଅଧିଷ୍ଠାତ୍ରୀ ଦେବୀଙ୍କ ପାଖରେ ନୂଆଁ ଖାଦ୍ୟ ଲଗାଇବା ପରେ, ପରିବାର ସହ ଏକାଠି ବସିବେ ସମସ୍ତେ । ନୂଆଁ ଅନ୍ନ ସହ ଭଳି ଭଳିକା ଖାଦ୍ୟ ଖାଇବେ । ସମ୍ବଲପୁରରେ ମାଆ ସମଲେଶ୍ବରୀଙ୍କ ପାଖରେ ଓ ବଲାଙ୍ଗିରର ମାଆ ପାଟଣେଶ୍ବରୀଙ୍କ ପାଖରେ ନୂଆ ଖାଦ୍ୟ ଲାଗି କରାଯିବ । ପ୍ରଥମେ ପରିବାର ବଡ଼ବଡ଼ୁଆଙ୍କୁ ମୁଣ୍ଡିଆ ମାରି ଆସର ବସିବ । ପରେ ନୂଆଁଖାଇ ପାଳନ ହେବ । ଏଥିପାଇଁ ରାଜ୍ୟ ତଥା ରାଜ୍ୟ ବାହାରେ ଥିବା ଲୋକେ ନିଜ ନିଜ ଘରକୁ ଯାଇଛନ୍ତି ।
କୃଷି ଭିତ୍ତିକ ଗଣପର୍ବ ନୂଆ ଖାଇ ଅବସରରେ ପ୍ରତିବର୍ଷ ଛୁଟି ଘୋଷଣା କରାଯାଇଥାଏ। ଚଳିତ ବର୍ଷ ଅଗଷ୍ଟ ୨୯ ତାରିଖକୁ ଛୁଟି ଘୋଷଣା କରାଯାଇଛି। ତେବେ ନୂଆଖାଇ ପରଦିନ ମଧ୍ୟ ପଶ୍ଚିମ ଓଡ଼ିଶାବାସୀଙ୍କ ପାଇଁ ଖୁବ୍ ଗୁରୁତ୍ୱପୂର୍ଣ୍ଣ। ସେ ଦିନ ଆତ୍ମୀୟ ସ୍ୱଜନମାନେ ପରସ୍ପର ସହ ସାକ୍ଷାତ କରି ‘ନୂଆଖାଇ ଜୁହାର’ କରନ୍ତି ଏବଂ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମରେ ଭାଗ ନିଅନ୍ତି।
ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଚଳିତ ବର୍ଷ ନୂଆଖାଇର ପରଦିନ ଅର୍ଥାତ ୨୯.୦୮.୨୦୨୫ (ଶୁକ୍ରବାର) ଦିନଟିକୁ ସମସ୍ତ ସରକାରୀ କାର୍ଯ୍ୟାଳୟ ତଥା ମାଜିଷ୍ଟେରିଆଲ କୋର୍ଟ (କାର୍ଯ୍ୟନିର୍ବାହୀ)ପାଇଁ ଛୁଟି ଘୋଷଣା କରିଛନ୍ତି।
Powered by Froala Editor