ସୃଷ୍ଟି ଲଘୁଚାପ ସ୍ପଷ୍ଟ: ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ସ୍ପଷ୍ଟ ଚିହ୍ନିତ ହୋଇଛି । ଆସନ୍ତା ୨୪ଘଣ୍ଟାରେ ଉତ୍ତର-ପଶ୍ଚିମ ମୁହାଁ ହେବ । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଲାଗି ରହିବ । ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ମନା କରାଯାଇଛି ।
ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ମାଲକାନଗିରିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ପ୍ରବଳ ବର୍ଷା ସମ୍ଭାବନା ଥିବା ୧୦ଜିଲାକୁ ୟେଲୋ ଆଲର୍ଟ କରାଯାଇଛି । ଆସନ୍ତା ୩୧ ତାରିଖ ପରେ ପାଗରେ ପରିବର୍ତ୍ତନ ହେବ ।
Powered by Froala Editor