ମା’ ସମଲେଶ୍ଵରୀଙ୍କ ନିକଟରେ ଲାଗି ହେଲା ନବାନ୍ନ

ସମ୍ବଲପୁର: କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ପାଇଁ ସାରା ପଶ୍ଚିମଓଡ଼ିଶା ଚଳଚଞ୍ଚଳ ହୋଇପଡ଼ିଛି। ଏହି ଅବସରରେ ଗୁରୁବାର ମା’ ସମଲେଶ୍ଵରୀଙ୍କ ନିକଟରେ ଲାଗି ହୋଇଛି ନବାନ୍ନ। ପୂର୍ବ ନିର୍ଦ୍ଧାରିତ ସମୟ ଅନୁସାରେ ସକାଳ ୧୦ଟା ୩୩ରୁ ୧୦ଟା ୫୫ ମଧ୍ୟରେ ନବାନ୍ନ ଲାଗି କରାଯାଇଛି। ଏଥିପାଇଁ ମୁଖ୍ୟ ପୂଜକ ଅମ୍ବିକା ରାଏଙ୍କ ଘରୁ ନବାନ୍ନ ଅଣାଯାଇଥିଲା। ସେହିପରି ବଲାଙ୍ଗୀରରେ ଇଷ୍ଟଦେବୀ ପାଟଣେଶ୍ଵରୀଙ୍କ ନିକଟରେ ବି ନବାନ୍ନ ଲାଗି ହୋଇଛି। ନୂଆଖାଇ ପାଇଁ ସମଲେଶ୍ଵରୀ ପୀଠ ଉତ୍ସବମୁଖର ହୋଇପଡ଼ିଛି। ଘଣ୍ଟବାଦ୍ୟରେ ଦୁଲୁକୁଛି ମା’ଙ୍କ ପୀଠ। ଘରେ ଘରେ ପିଠାପଣାର ଆସର ଜମିଛି।
Powered by Froala Editor