ସାର ପାଇଁ ନବୀନ ଲେଖିଲେ ଚିଠି, କାହାକୁ ଓ କାହିଁକି ଜାଣନ୍ତୁ ?

ଭୁବନେଶ୍ୱର: ସାରା ରାଜ୍ୟରେ ସାର ଯୋଗାଣରେ ବ୍ୟାପକ ଅବ୍ୟବସ୍ଥା। କଳାବଜାର, ଅପମିଶ୍ରଣ ଏବଂ ବଜାରରେ ୟୁରିଆ ମିଳୁ ନ ଥିବାରୁ ଚାଷୀ କୂଳ ହନ୍ତସନ୍ତ ହୋଇପଡିଛନ୍ତି। ବିଭିନ୍ନ ସ୍ଥାନ ରେ ବିଶେଷ କରି ଆଦିବାସୀ ବହୁଳ ଜିଲ୍ଲାରେ ସାର ସମସ୍ୟା ଉତ୍କଟ ହୋଇଛି। ସାର ପାଇଁ ଚାଷୀମାନେ ରାଜରାସ୍ତାକୁ ଓହ୍ଲାଇଛନ୍ତି। ଚାଷୀ କୂଳ ର ଏ ସମସ୍ୟା ନେଇ ଉଦବେଗ ପ୍ରକାଶ କରିଛନ୍ତି ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକ। କେନ୍ଦ୍ର ସାର ଓ ରସାୟନ ମନ୍ତ୍ରୀ ଶ୍ରୀ ଜେ.ପି ନଡ୍ଡା ଙ୍କୁ ପତ୍ର ଲେଖି ସାର ଯୋଗାଣ ରେ ଅବ୍ୟବସ୍ଥା ସମ୍ପର୍କ ରେ ଅବଗତ କରାଇବା ସହ ,ଓଡିଶା ଚାଷୀ କୂଳ ର ବୃହତ୍ତର ସ୍ୱାର୍ଥ ଦୃଷ୍ଟିରୁ ତୁରନ୍ତ ଆବଶ୍ୟକ ୟୁରିଆ ଯୋଗାଣ ସୁନିଶ୍ଚିତ କରିବାକୁ ଶ୍ରୀ ପଟ୍ଟନାୟକ ଦାବି କରିଛନ୍ତି। ସେ କହିଛନ୍ତି ଯେ କୃଷି ଓଡିଶା ଅର୍ଥନୀତି ର ମୁଖ୍ୟ ଆଧାର ଓ ଆମର ୭୦ ଭାଗରୁ ଅଧିକ ଲୋକଙ୍କୁ କୃଷି ହିଁ ଜୀବିକା ଯୋଗାଇଥାଏ। ଗତ ଦୁଇ ଦଶନ୍ଧିରେ ଓଡିଶା କୃଷି କ୍ଷେତ୍ର ରେ ଉଲ୍ଲେଖନୀୟ ସଫଳତା ହାସଲ କରିଥିଲା। ୨୦୦୦ ମସିହାରେ ଚାଉଳ ପାଇଁ ଅନ୍ୟ ଉପରେ ନିର୍ଭର କରୁଥିବା ଓଡିଶା ଆଜି ଦେଶ ର ସାଧାରଣ ବଣ୍ଟନ ବ୍ୟବସ୍ଥା କୁ ଚାଉଳ ଯୋଗାଣରେ ଏକ ପ୍ରମୁଖ ରାଜ୍ୟ ହୋଇ ପାରିଛି ବୋଲି ଶ୍ରୀ ପଟ୍ଟନାୟକ କହିଛନ୍ତି।
Powered by Froala Editor