ଛୁରା ମାଡ଼ରେ ସାମ୍ବାଦିକ ଗୁରୁତର

ନବରଙ୍ଗପୁର : ନବରଙ୍ଗପୁର ଜିଲ୍ଲା ପାପଡାହାଣ୍ଡି ଗାଁରେ ଅଭାବନୀୟ ଘଟଣା ଘଟିଛି। ଗତକାଲି ବିଳମ୍ବିତ ରାତିରେ ସାମ୍ବାଦିକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ଉନ୍ମକ୍ତ ଯୁବକର ଛୁରା ମାଡ଼ରେ ସାମ୍ବାଦିକ ଗୁରୁତର ହୋଇଛନ୍ତି । ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ବିଶାଖାପାଟଣାକୁ ସ୍ଥାନାନ୍ତର କରାଯାଇଛି । ଛୁରା ମାଡ଼ର କାରଣ ଅସ୍ପଷ୍ଟ ରହିଛି । ଅନ୍ୟପଟେ ଆକ୍ରମଣକାରୀ ଯୁବକଙ୍କୁ ସ୍ଥାନୀୟ ଲୋକେ କାବୁ କରି ମାଡ଼ ମାରିବା ପରେ ଆକ୍ରମଣକାରୀ ଯୁବକ ମେଡିକାଲ ରେ ଭର୍ତ୍ତି ହୋଇଛନ୍ତି ।
Powered by Froala Editor