୩ ତାରିଖ ପର୍ଯ୍ୟନ୍ତ ହୋଇପାରେ ପ୍ରବଳ ବର୍ଷା

ଭୁବନେଶ୍ୱର: ମୌସୁମି ପ୍ରଭାବରେ ସେପ୍ଟେମ୍ବର ୩ ତାରିଖ ପର୍ଯ୍ୟନ୍ତ ଉତ୍ତର-ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ ପ୍ରବଳ ବର୍ଷା ହୋଇପାରେ। ଏହି ସମୟ ମଧ୍ୟରେ ଉପକୂଳ ଜିଲା ଗୁଡ଼ିକରେ ବଜ୍ରପାତ ସହ ବର୍ଷା ସମ୍ଭାବନା ରହିଛି। ପାଣିପାଗ ବିଭାଗ ପକ୍ଷରୁ ଏନେଇ ସତର୍କ ସୂଚନା ଜାରି କରାଯାଇଛି।
ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦେଶିକା ଡକ୍ଟର ମନୋରମା ମହାନ୍ତି କହିଛନ୍ତି, ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ରାଜ୍ୟର କିଛି ଅଞ୍ଚଳରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ମାଲକାନଗିରି, କୋରାପୁଟ ଏବଂ ରାୟଗଡ଼ା ଜିଲାକୁ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ ଏବଂ ନବରଙ୍ଗପୁର ଜିଲାକୁ ବଜ୍ରପାତ ସହ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
Powered by Froala Editor