ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର
ଭୁବନେଶ୍ଵର : ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଥିବାବେଳେ ଏହା ଉତ୍ତର ପଶ୍ଚିମ ଦିଗରେ ଓଡିଶା ମଧ୍ୟ ଦେଇ ଗତି କରିବ। ସେପଟେ ଆଜି ପାଇଁ କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଉପକୂଳ ଓଡିଶା ଓ ଆଭ୍ୟନ୍ତରୀଣ ଓଡିଶାର ବିଭିନ୍ନ ସ୍ଥାନରେ ଘଡଘଡି ସହ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି।
Powered by Froala Editor