୧୬ ଜଣ ମାଓବାଦୀ ଗିରଫ
ମାଲକାନଗିରି : ସୁରକ୍ଷା କର୍ମୀଙ୍କ ଅପରେସନ ବେଳେ ଧରା ପଡିଲେ ୧୬ ଜଣ ହାର୍ଡକୋର ମାଓବାଦୀ । ମାଲକାନଗିରି ଛତିଶଗଡ ସୀମାନ୍ତ ବିଜାପୁର ଜିଲ୍ଲାର ୩ଟି ଭିନ୍ନ ଭିନ୍ନ ଜଙ୍ଗଲରୁ ଯବାନ ମାନେ ଏହି ୧୬ ଜଣ ମାଓବାଦୀଙ୍କୁ ଧରିବାରେ ସଫଳ ହୋଇଛନ୍ତି । ଗାଙ୍ଗାଲୁର, ବାସାଗୁଡା ଏବଂ ଜାଙ୍ଗଲା ଜଙ୍ଗଲରେ ଏସ୍ଟିଏଫ୍, ଡିଆରଜି ଏବଂ ସିଆର୍ପିଏଫ୍ ଯବାନଙ୍କ କୁମ୍ବିଂ ଅପରେସନ ବେଳେ ୧୬ ଜଣ ମାଓବାଦୀ ଗିରଫ ହୋଇଥିବା ନେଇ ସୂଚନା ଦେଇଛନ୍ତି ବିଜାପୁର ଏସପି । ମାଓବାଦୀଙ୍କ ନିକଟରୁ ଅନେକ ବିସ୍ଫୋରକ ସାମଗ୍ରୀ ଜବତ ହୋଇଛି ।
Powered by Froala Editor