ଗ୍ରାମ ପଞ୍ଚାୟତ, ପଞ୍ଚାୟତ ସମିତି ଓ ଜିଲା ପରିଷଦ କାର୍ଯ୍ୟାଳୟରେ ବାୟୋମେଟ୍ରିକ୍ ଉପସ୍ଥାନ ବ୍ୟବସ୍ଥା
ଭୁବନେଶ୍ବର : ରାଜ୍ୟର ସମସ୍ତ ଗ୍ରାମ ପଞ୍ଚାୟତ, ପଞ୍ଚାୟତ ସମିତି ଓ ଜିଲା ପରିଷଦ କାର୍ଯ୍ୟାଳୟରେ ବାୟୋମେଟ୍ରିକ୍ ଉପସ୍ଥାନ ବ୍ୟବସ୍ଥା ସ୍ଥାପନ କରାଯିବ। ସମସ୍ତ ସରକାରୀ କର୍ମଚାରୀଙ୍କ ପାଇଁ ଏପରି ଉପସ୍ଥାନ ବାଧ୍ୟତାମୂଳକ କରାଯାଇଛି। ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପକ୍ଷରୁ ଅତିରିକ୍ତ ସଚିବ ସୂର୍ଯ୍ୟନାରାୟଣ ଦାଶ ଏହି ମର୍ମରେ ସମସ୍ତ ଜିଲାପାଳଙ୍କୁ ପତ୍ର ଲେଖି ଅବଗତ କରିଛନ୍ତି। ଏଥିରେ ଉଲ୍ଲେଖ କରାଯାଇଛି ଯେ, ରାଜ୍ୟ ସରକାର ସମୟାନୁବର୍ତ୍ତିତା ଏବଂ ନିୟମିତ ଉପସ୍ଥାନ ଉପରେ ଗୁରୁତ୍ବ ଦେଉଛନ୍ତି। ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ସଫଳତାର ସହ ବାୟୋମେଟ୍ରିକ୍ ବ୍ୟବସ୍ଥା କାର୍ଯ୍ୟକାରୀ ହୋଇଛି। ଏବେ ଗ୍ରାମ ପଞ୍ଚାୟତ, ପଞ୍ଚାୟତ ସମିତି ଏବଂ ଜିଲା ପରିଷଦ କାର୍ଯ୍ୟାଳୟଗୁଡ଼ିକରେ ଏହାର ସ୍ଥାପନ ସହ କାର୍ଯ୍ୟକ୍ଷମ କରିବାକୁ ଜିଲାପାଳଙ୍କୁ ନିର୍ଦେଶ ଦିଆଯାଇଛି।
Powered by Froala Editor