ଇସ୍ତଫା ଦେଲେ ଜାପାନ ପ୍ରଧାନମନ୍ତ୍ରୀ ଶିଗେରୁ ଇଶିବା
ଟୋକିଓ: ଜାପାନ ପ୍ରଧାନମନ୍ତ୍ରୀ ଶିଗେରୁ ଇଶିବା ନିଜ ପଦରୁ ଇସ୍ତଫା ଦେଇଛନ୍ତି। ଏ ନେଇ ସେ ରବିବାର ଘୋଷଣା କରିଛନ୍ତି। ଶାସକ ଦଳ ଲିବେରାଲ ଡେମୋକ୍ରାଟିକ ପାର୍ଟି(ଏଲଡିପି)ରେ ସମ୍ଭାବ୍ୟ ବିଭାଜନକୁ ଟାଳିବା ଲାଗି ସେ ଏହି ପଦକ୍ଷେପ ନେଇଥିବା କହିଛନ୍ତି।
ଶାସକ ମେଣ୍ଟ ସରକାରକୁ ଗତ ଜୁଲାଇରେ ହୋଇଥିବା ନିର୍ବାଚନରେ ଉପର ସଦନରେ ଦଳକୁ ପରାଜୟର ସାମ୍ନା କରିବାକୁ ପଡ଼ିଥିଲା। ଦୀର୍ଘ ଦିନ ଧରି ନେତୃତ୍ଵ ପରିବର୍ତ୍ତନ ପାଇଁ ଦଳ ଭିତରେ ଦାବି ହୋଇଆସୁଥିଲା। ଏହାକୁ ନେଇ ଦଳରେ ଫାଟ ସୃଷ୍ଟି ହେବାର ଆଶଙ୍କା ରହିଥିଲା। ତେଣୁ ପ୍ରଧାନମନ୍ତ୍ରୀ ଦଳରେ ଏକତା ବଜାୟ ରଖିବା ଲାଗି ବାଧ୍ୟ ହୋଇ ଇସ୍ତଫା ଦେଇଥିବା କହିଛନ୍ତି।
Powered by Froala Editor