ବିଜେପି ସାଂସଦଙ୍କ ବୈଠକରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ
ନୂଆଦିଲ୍ଲୀ : ଦିଲ୍ଲୀରେ ବିଜେପି ସାଂସଦଙ୍କ ବୈଠକ ସୋମବାର ଅନୁଷ୍ଠିତ ହେଉଛି । ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇଛନ୍ତି। ଦିଲ୍ଲୀରେ ପ୍ରତାପ ଷଡଙ୍ଗୀଙ୍କ ବାସଭବନରେ ବିଜେପି ସାଂସଦଙ୍କ ବୈଠକ ହେଉଛି । ଏହି ବୈଠକରେ ରାଜ୍ୟ ସଭାପତି ମନମୋହନ ସାମଲ, ବିଜେପି ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର ମଧ୍ୟ ଉପସ୍ଥିତ ଅଛନ୍ତି । ଏହାସହ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ଯୋଗ ଦେଇଛନ୍ତି । ଆସନ୍ତାକାଲି ଉପରାଷ୍ଟ୍ରପତି ନିର୍ବାଚନ ଥିବାରୁ ବୈଠକ କରାଯାଉଥିବା ନେଇ ସୂଚନା ମିଳିଛି ।
ସେପ୍ଟେମ୍ବର ୯ତାରିଖରେ ହେବ ଉପରାଷ୍ଟ୍ରପତି ନିର୍ବାଚନ ।
ସୂଚନାଯୋଗ୍ୟ, ସେପ୍ଟେମ୍ବର ୯ତାରିଖ ଦିନ ସକାଳ ୧୦ଟାରୁ ସନ୍ଧ୍ୟା ୫ ଯାଏଁ ଭୋଟ୍ ଗ୍ରହଣ କରାଯିବ। ଉପରାଷ୍ଟ୍ରପତି ପଦରୁ ଜଗଦୀପ୍ ଧନଖଡ ଇସ୍ତଫା ଦେବା ପରେ ଏହି ପଦବୀ ଖାଲି ପଡିଛି।
Powered by Froala Editor