ଏହି ଜିଲ୍ଲାକୁ ପ୍ରବଳ ବର୍ଷା
ଭୁବନେଶ୍ବର: ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିଛି। ବୁଧୁବାର ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ଉପକୂଳ ଜିଲାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।
ଆସନ୍ତା ୨୪ଘଣ୍ଟା ମଧ୍ୟରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, ଗଜପତି, ମୟୂରଭଞ୍ଜ, କେନ୍ଦୁଝର ଏବଂ ସୁନ୍ଦରଗଡ଼ ଜିଲାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଘଣ୍ଟା ପ୍ରତି ୩୦ରୁ ୪୦କି.ମି ବେଗରେ ପବନ ବହିପାରେ। ଉପକୂଳବର୍ତ୍ତୀ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି ଏବଂ କନ୍ଧମାଳ ଜିଲାରେ ବଜ୍ରପାତ ସହ ବର୍ଷା ସମ୍ଭାବନା ରହିଛି।
Powered by Froala Editor