ମୁଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ କଥାବାର୍ତ୍ତା କରିବାକୁ ଅପେକ୍ଷା କରିଛି: ମୋଦୀ

ନୂଆଦିଲ୍ଲୀ: ଭାରତ ଓ ଆମେରିକା ଘନିଷ୍ଠ ବନ୍ଧୁ ଏବଂ ସ୍ୱାଭାବିକ ଅଂଶୀଦାର । ମୁଁ ନିଶ୍ଚିତ ଯେ ଆମର ବାଣିଜ୍ୟ ଆଲୋଚନା ଭାରତ-ଆମେରିକା ସହଭାଗୀର ଅପାର ସମ୍ଭାବନାକୁ ମୁକ୍ତ କରିବା ପାଇଁ ପଥ ପ୍ରଶସ୍ତ କରିବ । ଆଜି ଏଭଳି କିଛି ପ୍ରତିକ୍ରିୟା ରଖିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ସେ କହିଛନ୍ତି ଆମର ଟିମ୍ ଏହି ଆଲୋଚନାଗୁଡିକୁ ଯଥାଶୀଘ୍ର ସମାପ୍ତ କରିବାକୁ କାର୍ଯ୍ୟ କରୁଛନ୍ତି । ମୁଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ କଥାବାର୍ତ୍ତା କରିବାକୁ ମଧ୍ୟ ଅପେକ୍ଷା କରିଛି । ଆମେ ଉଭୟ ଦେଶର ଲୋକଙ୍କ ପାଇଁ ଏକ ଉଜ୍ୱଳ ଏବଂ ସମୃଦ୍ଧ ଭବିଷ୍ୟତ ସୁନିଶ୍ଚିତ କରିବା ପାଇଁ ଏକାଠି କାମ କରିବୁ ।
Powered by Froala Editor