ବର୍ଷା: ଏହି ଜିଲ୍ଲାକୁ ସତର୍କତା ଜାରି
ଭୁବନେଶ୍ୱର: ଦକ୍ଷିଣ ଓଡ଼ିଶା ଏବଂ ସଂଲଗ୍ନ ଉତ୍ତର-ଉପକୂଳ ଆନ୍ଧ୍ରପ୍ରଦେଶ ଉପରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ବର୍ଷା ହୋଇଛି। କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ମୟୂରଭଞ୍ଜ ଏବଂ କେନ୍ଦୁଝର ଜିଲାର କେତେକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି ହୋଇଛି। ଏଥିସହିତ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି ଏବଂ କନ୍ଧମାଳ ଜିଲାରେ ବଜ୍ରପାତ ସହିତ ବର୍ଷା ସମ୍ଭାବନା ରହିଛି।
Powered by Froala Editor