ଘୂର୍ଣ୍ଣିବଳୟ ସକ୍ରିୟ: ବଜ୍ରପାତ ସହ ପ୍ରବଳ ବର୍ଷା
ଭୁବନେଶ୍ୱର: ଦକ୍ଷିଣ ଓଡ଼ିଶା ଏବଂ ଏହାର ପାର୍ଶ୍ବବର୍ତ୍ତୀ ଉତ୍ତର-ଉପକୂଳ ଆନ୍ଧ୍ରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ପରବର୍ତ୍ତୀ ଦୁଇଦିନ ମଧ୍ୟରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ତତ୍ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳବର୍ତ୍ତୀ ଅଞ୍ଚଳେର ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି। ଏହା ପ୍ରଭାବରେ ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ ବଜ୍ରପାତ ସହ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ସ୍ପଷ୍ଟ କରିଛି। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ସମ୍ବଲପୁର, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ବଲାଙ୍ଗିର, କନ୍ଧମାଳ ଏବଂ ରାୟଗଡ଼ା ଜିଲାକୁ ବଜ୍ରପାତ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
Powered by Froala Editor