ବିଜେଡିରୁ ନିଲମ୍ବିତ ହେଲେ ପ୍ରଫୁଲ୍ଲ ମଲ୍ଲିକ

ଭୁବନେଶ୍ବର: ବିଜେଡି ଦଳରୁ ନିଲମ୍ବିତ ହେଲେ ପୂର୍ବତନ ମନ୍ତ୍ରୀ ତଥା ଟାଣୁଆ ନେତା ପ୍ରଫୁଲ୍ଲ ମଲ୍ଲିକ । ଦଳର ଉପସଭାପତି ପ୍ରତପ ଜେନା ତାଙ୍କୁ ନିଲମ୍ବନ କରିଛନ୍ତି । ଦଳ ବିରୋଧୀ କାର୍ଯ୍ୟ ପାଇଁ ଦଳରୁ ନିଲମ୍ବନ ନେଇ ପ୍ରେସ୍ ବିଜ୍ଞପ୍ତିରେ ସୂଚନା ଦିଆଯାଇଛି ।
ସୂଚନା ଅନୁସାରେ ଗୁରୁବାର ଦିନ ବିଜେଡି ପରିଚାଳନା ନେଇ ମୁହଁ ଖୋଲିଥିଲେ ପୂର୍ବତନ ମନ୍ତ୍ରୀ ତଥା ଦଳର ବରିଷ୍ଠ ନେତା ପ୍ରଫୁଲ୍ଲ ମଲ୍ଲିକ । ସେ କହିଥିଲେ ଯେ ଆଗକୁ ଯଦି ଦଳ ଠିକ୍ ଭାବେ ନଚାଲେ ତାହେଲେ ଦଳଠୁ ଦୂରେଇ ଯିବି । ମୁଁ ଏବେ ବିଜେଡିରେ ଅଛି, କିନ୍ତୁ ସାଙ୍ଗଠନିକ କାର୍ଯ୍ୟରେ ଯୋଗ ଦେଉନି । ବିଜେଡି ସଠିକ୍ ଭାବେ ବିରୋଧୀ ଦଳ ଭୂମିକା ନିର୍ବାହ କରୁନାହିଁ । ଏହାସହିତ ସେ କହିଛନ୍ତି ଯେ ନୂଆ ବିଜେଡି ଦଳ ଗଠନ ସମୟ ନୁହେଁ, ପୁରୁଣାକୁ ସଠିକ୍ ପରିଚାଳନା ଦରକାର ।
Powered by Froala Editor