ଲଘୁଚାପ ସୃଷ୍ଟି: ଏହି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ବର: ପଶ୍ଚିମ-କେନ୍ଦ୍ରୀୟ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଉତ୍ତର-ପଶ୍ଚିମ ବଙ୍ଗୋପସାଗର, ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଏବଂ କଳାହାଣ୍ଡି ଜିଲାର କିଛି ଅଞ୍ଚଳରେ ବଜ୍ରପାତ ସହିତ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି ହୋଇଛି। ସେହିପରି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କନ୍ଧମାଳ ଏବଂ ରାୟଗଡ଼ା ଜିଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।
Powered by Froala Editor