ଆନ୍ଦୋଳନକୁ ଓହ୍ଲାଇବେ ପ୍ରାଥମିକ ଶିକ୍ଷକ

ଭୁବନେଶ୍ବର: ପ୍ରାଥମିକ ଶିକ୍ଷାରୁ ସ୍କିମାଟିକ ଉଚ୍ଛେଦ ନେଇ ବିଜ୍ଞପ୍ତି ପ୍ରକାଶ, ସମସ୍ତ ଲେବୁଲ-ଭି (ଏ) ଶିକ୍ଷକଙ୍କୁ କେନ୍ଦ୍ରୀୟ ହାରରେ ଦରମା, ଶିକ୍ଷା ସହାୟକ/କନିଷ୍ଠ ଶିକ୍ଷକଙ୍କ ୬ ବର୍ଷର କାର୍ଯ୍ୟକାଳକୁ ମୂଳ ଚାକିରିରେ ଗଣନା କରିବା, ଶିକ୍ଷକଙ୍କ ପାଇଁ ସ୍ବାସ୍ଥ୍ୟବୀମା ଲାଗୁ ଓ ପୁରୁଣା ପେନସନ ଆଦି ଦାବିରେ ଆନ୍ଦୋଳନକୁ ଓହ୍ଲାଇବେ ପ୍ରାଥମିକ ଶିକ୍ଷକ। ଆସନ୍ତା ୨୦ ତାରିଖରେ ପ୍ରାଥମିକ ଶିକ୍ଷକମାନେ ବିଧାନସଭା ଘେରଉ କରିବେ ବୋଲି ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘର ସଭାପତି ବ୍ରହ୍ମାନନ୍ଦ ମହାରଣା ଓ ସାଧାରଣ ସମ୍ପାଦକ ବିଭୁପ୍ରସାଦ ସାହୁ କହିଛନ୍ତି।
Powered by Froala Editor