'ମ୍ୟାଟିନି ସୋ' ପାଇଁ ଦେବଦାସ ଛୋଟରାୟ ପାଇବେ ଶାରଳା ପୁରସ୍କାର

ସୁଖ୍ୟାତ କବି ଓ କଥାକାର ଦେବଦାସ ଛୋଟରାୟ ପାଇବେ ଶାରଳା ପୁରସ୍କାର । ପ୍ରତି ବର୍ଷ ଇମ୍ଫା ଚାରିଟେବଲ ଟ୍ରଷ୍ଟ (ଇମ୍ପାକ୍ଟ) ପକ୍ଷରୁ ପ୍ରଦାନ କରାଯାଉଥିବା ମର୍ଯ୍ୟାଦାଜନକ ‘ଶାରଳା ପୁରସ୍କାର’ ଚଳିତ ବର୍ଷ ଦେବଦାସ ଛୋଟରାୟଙ୍କୁ ପ୍ରଦାନ କରାଯିବ । ୨୦୨୩ ମସିହାରେ ଟାଇମପାସ୍ ପ୍ରକାଶନୀ ଦ୍ୱାରା ପ୍ରକାଶିତ ତାଙ୍କ ଗଳ୍ପ ସଂକଳନ ‘ମ୍ୟାଟିନି ସୋ’ ପାଇଁ ସେ ଏହି ପୁରସ୍କାର ଲାଭ କରିବେ ।
ଅକ୍ଟୋବର ୨୬ ତାରିଖରେ ସାରସ୍ୱତ ସମାବେଶ ସମ୍ମାନିତ ହେବେ ଦେବଦାସ ଛୋଟରାୟ । ସମ୍ମାନପତ୍ର, ଫଳକ ସହ ୭ ଲକ୍ଷ ଟଙ୍କାର ଅର୍ଥରାଶି ପୁରସ୍କାର ହିସାବରେ ପ୍ରଦାନ କରାଯିବ ।
ଶ୍ରେଷ୍ଠ ସାହିତ୍ୟ କୃତି ପାଇଁ ପ୍ରତିବର୍ଷ ଇମ୍ପାକ୍ଟ ପକ୍ଷରୁ ଶାରଳା ପୁରସ୍କାର ଦିଆଯାଉଛି । ଏଥର ଶାରଳା ପୁରସ୍କାର ପାଇଁ ଚୂଡ଼ାନ୍ତ ପର୍ଯ୍ୟାୟର ପୁସ୍ତକ ଗୁଡ଼ିକ ଥିଲା ଦେବଦାସ ଛୋଟରାୟଙ୍କ ଗଳ୍ପ ସଂକଳନ ‘ମ୍ୟାଟିନି ସୋ’, ଅପର୍ଣ୍ଣା ମହାନ୍ତିଙ୍କ କବିତା ସଂକଳନ ‘ଅପର୍ଣ୍ଣା ମହାନ୍ତିମାନଙ୍କ ପାଇଁ କବିତା’, ମମତା ଦାଶଙ୍କ କବିତା ସଂକଳନ ‘ଭୂମି ସ୍ପର୍ଶ’, ପଦ୍ମଜ ପାଳଙ୍କ ଉପନ୍ୟାସ ‘ସୀତା ମୁଁ ସୀତା’, ପଦ୍ମଜ ପାଳଙ୍କ ଗଳ୍ପ ସଂକଳନ ‘ଡାହାଣ ପାଦ ବାମ ପାଦ’, ଆଶୁତୋଷ ପରିଡ଼ାଙ୍କ କବିତା ସଂକଳନ ‘ବିଶ୍ୱାସ ଦେ ପୃଥ୍ୱୀ’, ବିଜୟ କୁମାର ଶତପଥୀଙ୍କ ନାଟକ ‘ଅନ୍ଧାରର ବିଭୀଷିକା’ । ଚିତ୍ରଶିଳ୍ପୀ ବଳାଦେବ ମହାରଥୀ, ସଙ୍ଗୀତଗୁରୁ ରାମହରି ଦାସ ପାଇବେ ପୁରସ୍କାର ବାବଦକୁ ଉଭୟଙ୍କୁ ୨ ଲକ୍ଷ ୫୦ ହଜାର ଟଙ୍କା ଲେଖାଏଁ ମିଳିବ ।
Powered by Froala Editor