ଅଧିବେଶନ ପୂର୍ବରୁ ସର୍ବଦଳୀୟ ବୈଠକ ଆରମ୍ଭ

ଭୁବନେଶ୍ବର: ଆସନ୍ତା ୧୮ରୁ ୨୫ତାରିଖ ପର୍ଯ୍ୟନ୍ତ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହେବାକୁ ଯାଉଛି । ଏଥିରେ ମୋଟ ୭ଟି କାର୍ଯ୍ୟଦିବସ ରହିଛି । ଅଧିବେଶନ ପୂର୍ବରୁ ଆଜି ସର୍ବଦଳୀୟ ବୈଠକ ଡାକିଛନ୍ତି ବାଚସ୍ପତି ସୁରମା ପାଢୀ । ସର୍ବଦଳୀୟ ବୈଠକରେ ବିରୋଧୀ ଦଳ ବିଜେଡି, କଂଗ୍ରେସ ଓ ସିପିଏମ ବିଧାୟକ ମାନେ ଉପସ୍ଥିତ ରହିଛନ୍ତି । ଗୃହକାର୍ଯ୍ୟକୁ ସୁରୁଖୁରୁରେ ଚଳାଇବା ପାଇଁ ବୈଠକରେ ସମସ୍ତଙ୍କ ସହଯୋଗ ଲୋଡିଛନ୍ତି ବାଚସ୍ପତି । ଆସନ୍ତାକାଲି ଉଭୟ ବିଜେଡି ଓ କଂଗ୍ରେସର ବିଧାୟକ ଦଳ ବୈଠକ ପୃଥକ ପୃଥକ ଭାବେ ଅନୁଷ୍ଠିତ ହେବ ।
Powered by Froala Editor