ଏହି ଜିଲ୍ଲାକୁ ୪ଦିନ ବର୍ଷା
ଭୁବନେଶ୍ବର: ରାଜ୍ୟର ଚାନ୍ଦବାଲି, ଭୁବନେଶ୍ବର, ଅନୁଗୋଳ, ବାରିପଦା, ସୁନ୍ଦରଗଡ଼, ବୌଦ୍ଧ, ଯାଜପୁର ଏବଂ କେନ୍ଦ୍ରାପଡ଼ା ଜିଲାର କିଛି ଅଞ୍ଚଳରେ ବର୍ଷା ହୋଇଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର ଏବଂ ସୁନ୍ଦରଗଡ଼ ଜିଲାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ୪ଦିନ ପର୍ଯ୍ୟନ୍ତ ବଜ୍ରପାତ ସହିତ ବର୍ଷା ନେଇ ସତର୍କ ସୂଚନା ଦିଆଯାଇଛି।
Powered by Froala Editor